ଭୁବନେଶ୍ୱର,୩ା୬(ବ୍ୟୁରୋ): ଚଳିତବର୍ଷ ଜୁନ୍ ୩୦ ସୁଦ୍ଧା ସରକାରୀ ଓ ସରକରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ୟୁନିଫର୍ମ ପୋଷାକ ବଣ୍ଟନ କରିବ ଗଣଶିକ୍ଷା ବିଭାଗ। ଏଥିଲାଗି ବିଭାଗ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଛି। ମାସ ଶେଷ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ସୁନିଶ୍ଚିତ କରିବାକୁ ସମସ୍ତ ଜିଲା ଅଧିକାରୀଙ୍କୁ ଓସେପା ନିର୍ଦ୍ଦେଶକ ଚିଠି ଲେଖି ଜଣାଇଛନ୍ତି। ପ୍ରତ୍ୟକ ଛାତ୍ରୀଛାତ୍ରଙ୍କୁ ୫୦୦ ଟଙ୍କା ମୂଲ୍ୟରେ ୨ ହଳ ସ୍କୁଲ ୟୁନିଫର୍ମ ପୋଷାକ, ୨୦୦ ଟଙ୍କା ମୂଲ୍ୟରେ ୧ ହଳ ଜୋତା ଓ ୨ ହଳ ମୋଜା ପ୍ରଦାନ କରାଯିବ। ସେହିପରି ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟି-ଶାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କା ମୂଲ୍ୟରେ ଗୋଟିଏ ପରିଚୟ ପତ୍ର ପ୍ରଦାନ କରାଯିବ। ପିଲାଙ୍କ ପିଛା ଖର୍ଚ୍ଚ ହେଉଥିବା ୧ ହଜାର ଟଙ୍କା ମଧ୍ୟରୁ ୬୦୦ ଟଙ୍କା ସମଗ୍ର ଶିକ୍ଷା ଯୋଜନାରୁ ଓ ୪୦୦ ଟଙ୍କା ରାଜ୍ୟ ସରକାରଙ୍କ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଖର୍ଚ୍ଚ କରାଯିବ। ଅନ୍ୟପକ୍ଷରେ ଚଳିତ ୨୦୨୩-୨୪ ଶିକ୍ଷାବର୍ଷରୁ ଗଣଶିକ୍ଷା ବିଭାଗ ଦ୍ୱାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନା ଆରମ୍ଭ ହେବାକୁ ଯାଉଛି। ସେହିଭଳି ଚଳିତ ବର୍ଷଠାରୁ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରେ ଛାତ୍ରୀଛାତ୍ରଙ୍କୁ ସାଇକେଲ ଆବଣ୍ଟନ ଅର୍ଥରାଶି ମଧ୍ୟ ବୃଦ୍ଧି କରାଯାଇଛି। ପୂର୍ବରୁ ସାଇକେଲ ବାବଦକୁ ଛାତ୍ରୀଛାତ୍ରଙ୍କୁ ୨୬୦୦ ଟଙ୍କା ମିଳୁଥିବାବେଳେ ଏବେ ୩୫୦୦ ଟଙ୍କା ଦିଆଯିବ। ୨୦୨୩ ସୁଦ୍ଧା ସମସ୍ତ ସ୍କୁଲରେ ଆଇଟି ଲାବ ପ୍ରତିଷ୍ଠା କରାଯିବ। ଏଥିସହ ଖୁବ୍ଶୀଘ୍ର ପ୍ରାଥମିକ ସ୍କୁଲ ପିଲାଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କରି କହିଲେ…
ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...
ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...
ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍ ପଦବୀ ଛାଡ଼ିବାର କହିଲେ କାରଣ…
କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ
ଦୁବାଇ,୨ା୧: ପୂର୍ବ ୟେମେନ୍ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
Archives


