ବାଟବଣା ବସୁଧା ଯୋଜନା

ଏମ୍‌ଭି ୭୯,୩ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକରେ ବସୁଧା ଯୋଜନା ବାଟବଣା ହୋଇଛି। ଏମ୍‌ଭି-୭୯,ଏମ୍‌ପିଭି-୫୫,ଏମ୍‌ପିଭି-୪୨,ଏମ୍‌ପିଭି-୮୨,ଏମ୍‌ପିଭି-୭୯,ଏମ୍‌ଭି-୭୮, ଏମ୍‌ପିଭି-୮୧, ଗୁମୁକା, ବେଙ୍କଟପଲମ, ଏମ୍‌ଭି-୬୩ ଓ କୋଇକୁଣ୍ଡା ଗ୍ରାମରେ ବସୁଧା ଯୋଜନାରେ ନିର୍ମିିତ ପ୍ରକଳ୍ପ ୮ରୁ ୧୦ବର୍ଷ ହେଲା ଶେଷ ହୋଇଥିଲେ ସୁଦ୍ଧା ସେଗୁଡିକ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଦୂଷିତ ପାଣିକୁ ପାନୀୟ ଜଳ ରୂପେ ବ୍ୟବହାର କରି ପ୍ରତିବର୍ଷ ଲୋକେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟମୁଖରେ ପଡୁଛନ୍ତି। ଏଥିରୁ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନା ଯେ ଉପରୋକ୍ତ ଗ୍ରାମଗୁଡିକରେ ବାଟବଣା ହୋଇଛି ତାହା ସ୍ପଷ୍ଟ ହୋଇଛି। ଏହି ପ୍ରକଳ୍ପଗୁଡିକ ପାଇଁ ଖର୍ଚ୍ଚ ହୋଇଥିବା ୩ କୋଟିରୁ ଅଧିକ ଟଙ୍କା ପାଣିରେ ପଡିଥିବା ଅଭିଯୋଗ ହୋଇଛି। ଏହି ଜଳ ପ୍ରକଳ୍ପ ମଧ୍ୟରୁ ଅନେକ ସ୍ଥାନରେ ଗଛଲତା ମାଡି ଯାଇଥିବା ଦେଖିବାକୁ ମିଳୁଛି। ଉପରୋକ୍ତ ଗ୍ରାମଗୁଡିକର ପ୍ରାୟ ୪୦ ହଜାର ଲୋକ ପାଣି ମୁନ୍ଦିଏ ପାଇଁ ଡହଳବିକଳ ହେଉଛନ୍ତି। ଯେଉଁ କେତୋଟି ନଳକୂଅ ରହିଛି ସେଠାରୁ ପାଣି ନେବାକୁ ଲୋକଙ୍କ ଲମ୍ବା ଧାଡି ଲାଗୁଛି। ଏହି ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଯନ୍ତ୍ରୀ ପିଥା ସରେନଙ୍କୁ ପଚାରିବାରୁ ସେ କହିଲେ, ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଯାଇଛି। ମାତ୍ର ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଆମେ ଏ ସମ୍ପର୍କରେ ବିଦ୍ୟୁତ୍‌ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ସୁଦ୍ଧା ସେମାନେ ଆମ କଥା ଶୁଣୁନାହାନ୍ତି। ଫଳରେ ଆମେ ଲୋକଙ୍କୁ ପାଣି ଯୋଗାଇ ଦେଇପାରୁନାହୁଁ ବୋଲି ସରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri