ଖେଳାଳି ଚୟନ ଶିବିର ଉଦ୍‌ଯାପିତ: ରାଜ୍ୟସ୍ତରକୁ ୩୦ ଖେଳାଳି ମନୋନୀତ

କୋରାପୁଟ,୪।୬(ସ୍ବ.ପ୍ର.): ୬୯ତମ ରାଜ୍ୟ ଦୌଡ଼କୁଦ ପ୍ରତିଯୋଗୀତା ନିମନ୍ତେ କୋରାପୁଟ ଷ୍ଟାଡିୟମଠାରେ ଚାଲିଥିବା ୨ ଦିନିଆ ଖେଳାଳି ଚୟନ ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟରେ ହେବାକୁ ଥିବା ଦୌଡ଼କୁଦ ପ୍ରତିଯୋଗିତା ନିମନ୍ତେ ଶିବିରରୁ ୩୦ଜଣ କ୍ରୀଡ଼ାବିତ ମନୋନୀତ ହୋଇଥିବା ଜିଲା କ୍ରୀଡ଼ା ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ରବିବାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଶନିବାରଠାରୁ ଆରମ୍ଭ ହୋଇଥିବା ଚୟନ ଶିବିରରେ କୋରାପୁଟ ଜିଲାର ୧୪ଟି ବ୍ଲକ ୧୫୦ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ। ଚଳିତ ମାସ ୨୨ତାରିଖରୁ ୨୫ତାରିଖ ପର୍ଯ୍ୟନ୍ତ ଭୁବେନେଶ୍ୱରରେ ହେବାକୁ ଥିବା ୬୯ତମ ରାଜ୍ୟ ଦୌଡ଼କୁଦ ପ୍ରତିଯୋଗିତାରେ ଜିଲାରୁ ଚୟନ କରାଯାଇଥିବା ୩୦ଜଣ ଖେଳାଳି ଅଂଶ ଗ୍ରହଣ କରିବେ ବୋଲି ତ୍ରିପାଠୀ ପ୍ରକାଶ କରିଛନ୍ତି। ବିଭିନ୍ନ ବର୍ଗକୁ ନେଇ ଲମ୍ବ ଡିଆଁ, ଜାଭେଲିନ, ଡିସ୍‌କସ୍‌, ସଟ୍‌ଫୁଟ ଥ୍ରୋ, ୧୦୦, ୨୦୦, ୪୦୦, ୮୦୦, ୧୦୦୦, ୧୫୦୦ ଏବଂ ୩ ହଜାର ମିଟର ଦୌଡ଼ ପ୍ରତିଯୋଗିତା ହୋଇଥିଲା। ରାଜ୍ୟ ତଥା ଜିଲାସ୍ତରର ୨୩ଜଣ ଅଧିକାରୀ ଶିବିରରେ ଯୋଗଦେଇ ଖେଳାଳିମାନଙ୍କୁ ଚୟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri