Odisha Elections 2024
Posted inଜାତୀୟ

ସିବିଆଇ ତଦନ୍ତ ସହାୟକ ହେବନି: ମମତା

ନୂଆଦିଲ୍ଲୀ/କୋଲକାତା, ୬ା୬: ଓଡ଼ିଶାରେ ୩ଟି ଟ୍ରେନ୍‌ ମଧ୍ୟରେ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)କୁ ଦିଆଯାଇଛି। ତେବେ ଏହି ତଦନ୍ତରୁ କୌଣସି ଫଳ ମିଳିବ ନାହିଁ ବୋଲି ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ସେ କୋଲକାତାର ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରେ ରେଳ ଦୁର୍ଘଟଣା ଆହତମାନଙ୍କୁ ଭେଟିବା ପରେ ଏହା କହିଛନ୍ତି। ୧୨ ବର୍ଷ ପୂର୍ବେ ଜ୍ଞାନେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାର ତଦନ୍ତ ସେ ସିବିଆଇକୁ ଦେଇଥିଲେ। ହେଲେ ସେଥିରୁ କୌଣସି ଫଳ ମିଳି ନ ଥିଲା। ସେହିପରି ସାଇନ୍ଥିଆ ମାମଲା ସିବିଆଇ ନେଇଥିଲେ ମଧ୍ୟ କିଛି ଫଳାଫଳ ମିଳି ନ ଥିଲା। ସିବିଆଇ ଆପରାଧିକ ମାମଲାର ତଦନ୍ତ କରିଥାଏ, ଦୁର୍ଘଟଣାର ନୁହେଁ। ଏଥିପାଇଁ ରେଲଓ୍ବେ ସେଫ୍‌ଟି କମିଶନ ରହିଛି। ସତ୍ୟ କ’ଣ ତାହା ଲୋକେ ଜାଣିବା ଆବଶ୍ୟକ। ସତକୁ ଚାପିଦେବାର ସମୟ ଇଏ ନୁହେଁ ବୋଲି ମମତା କହିଛନ୍ତି।
ରେଳଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରତି କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଦୃଷ୍ଟି ନ ଦେଇ ସେମାନଙ୍କ ଜୀବନ ସହ ଖେଳୁଥିବା କଂଗ୍ରେସ ଅଭିଯୋଗ କରିଛି। ଟ୍ରେନ୍‌ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିରୋଧୀ ଦଳ ସମାଲୋଚନା କରିଛି। ଅପରାଧର ତଦନ୍ତ ପାଇଁ ସିବିଆଇ ରହିଛି, ଟ୍ରେନ୍‌ ଦୁର୍ଘଟଣା ପାଇଁ ନୁହେଁ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ପ୍ରଯୁକ୍ତି, ଅନୁଷ୍ଠାନଗତ ଏବଂ ରାଜନୈତିକ ବିଫଳତାର ତଦନ୍ତ ଦାୟିତ୍ୱ ସିବିଆଇ ଉପରେ ନ୍ୟସ୍ତ କରାଯାଇପାରିବ ନାହିଁ ବୋଲି ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମସ୍ତ ଫମ୍ପା ସୁରକ୍ଷା ପ୍ରତିଶ୍ରୁତି ଏବେ ପଦାରେ ପଡ଼ିଛି। ସରକାର ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ପଦାକୁ ଆଣନ୍ତୁ ବୋଲି ଖାର୍ଗେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri