୩ରଥରେ ସଂଯୋଗ ହେଲା ତୃତୀୟ ଭୂଇଁ

ପୁରୀ ଅଫିସ, ୬ା୬: ଦାରୁୁଦେବତାଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ସ୍ନାନପୂର୍ଣ୍ଣିମା ତିଥିରେ ତିନିରଥରେ ‘ଚଉଦ ନାହାକା’ ଖମ୍ବୀ ପ୍ରତି ରଥର ଚାରି ନାହାକାଠାରୁ ଅଢେଇ ଫୁଟ ବ୍ୟବଧାନରେ ବୁଲିବା ସହ ପ୍ରଥମ ଭୂଇଁ ଛ’କାଠିରେ ପାଖୁଡା ସଂଯୋଗ ହୋଇ ମଝିଭୂଇଁ ଫ୍ରେମ୍‌ ସଂଯୋଗ ହୋଇଥିଲା। ସୋମବାର ତାଳଧ୍ୱଜ ଏବଂ ନନ୍ଦିଘୋଷ ରଥର ଆଗଆଣି ’ଢମକ’ ପଡ଼ିବା ସହ ଦର୍ପଦଳନ ରଥର ଆଗଆଣି ଓ ପଛଆଣି ଢମକ ପଡ଼ି କଣ୍ଟାବାଡ଼ିଆ ଶେଷ ହୋଇଛି। ଏହି ଢମକ ଚାରିନାହାକାର ଭିତରପଟ ଓ ବାହାର ପଟକୁ କାଗି ପଡ଼ିଛି। ଏହା ଉପରେ ବେଦି ନିର୍ମାଣ ପାଇଁ ପଟା ବାଡ଼ିଆ ହେବ। ତୃତୀୟ ଭୂଇଁ ବା ଅଗ ଭୂଇଁ ଫ୍ରେମ୍‌ ନିର୍ମାଣ ଶେଷ ପରେ ତିନିରଥରେ ସଂଯୋଗ ହୋଇଛି। ଏହି ତୃତୀୟ ଭୂଇଁ ୪ଟି ଚଉତା ବର୍ଗାକାରରେ ସଂଯୋଗ ହୋଇ ତା’ର ଚାରିକୋଣରେ ୪ଟି ଭୂଇଁଗୋଡ଼ ଉଠି ଭୂଇଁର ଚାରିପଟ ପ୍ରତି ପାଶର୍‌ବରେ ୬ଟି ଲେଖାଏ ଛିଆଣ ସଂଯୋଗ ହୋଇ ତୃତୀୟ ଭୂଇଁ ବା ଅଗ ଭୂଇଁ ଉଠିଛି। ରୂପକାର ସେବକମାନେ ତିନିରଥର ନାଟଗୋଡ଼ରେ କନ୍ଦର୍ପ ରୂପ ଖୋଦେଇ ଜାରି ରଖିବା ସହ ତିନିରଥର ଗୋଟିଏ ଗୋଟିଏ ଧୂଳିଦଣ୍ଡାରେ ପଦ୍ମ ଡାଳି ଲତା ଖୋଦେଇ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୋଦେଇ ଶେଷ ପରେ ଚିତ୍ରକାରମାନେ ସେଥିରେ ରଙ୍ଗ ଚିତ୍ର କରିବେ। ଅପରପକ୍ଷରେ ଦୋଳବେଦିସ୍ଥିତ ଅସ୍ଥାୟୀ କମାରଶାଳରେ ଓଝା ସେବକମାନେ ତିନିରଥର ତୃତୀୟ ଭୂଇଁ କଣ୍ଟା ନିର୍ମାଣ ସାରି ରଥଖଳାକୁ ଯୋଗାଇବା ପରେ ତିନି ରଥର ପୋଟଳ କଣ୍ଟା, ମୂଳ କଇଁଚି କଣ୍ଟା ଏବଂ ତାଗ କଣ୍ଟା ନିର୍ମାଣ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri