ଘନ ଘନ ବିଜୁଳି କାଟ ଜନ ଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର, ୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଏବେ ଚାଲିଛି ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଚାଲିଛି॥ ଦିନ ରାତି ଯେତେବେଳେ ଇଚ୍ଛା ବିଜୁଳି ଚାଲି ଯାଉଛି। ବର୍ଷା ଆସିବା ପୂର୍ବରୁ ଓ ପରେ ଘଣ୍ଟା ଘଣ୍ଟା ବିଜୁଳି ଯୋଗାଣ ବିଚ୍ଛିନ୍ନ ହେଉଛି। ଟାଟା ପାୱାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ଗ୍ରହଣ କରିବା ପରେ ଏପରି ଅବ୍ୟବସ୍ଥା ସବୁବେଳେ ଘଟୁଛି। ବିଜୁଳି ରହୁ ନ ଥିବାରୁ ଡାକ୍ତରଖାନାରେ ମଧ୍ୟ ରୋଗୀ ସେବା ବ୍ୟାହତ ହେଉଛି। ଜେନେରେଟର ଓ ଇନଭର୍ଟର ବିଦ୍ୟୁତ ବିକଳ୍ପ ଭାବେ କାମ କରି ପାରୁନି। ସାଧାରଣ ଲୋକେ ହନ୍ତସନ୍ତ ହେଉଛନ୍ତି। ଛାତ୍ରୀଛାତ୍ରମାନେ ଏପରି ବାରମ୍ବାର ବିଦ୍ୟୁତ ଚାଲି ଯାଉ ଥିବାରୁ ପାଠ ପଢ଼ି ପାରୁ ନାହାନ୍ତି। କେନ୍ଦୁଝର ସହର ଛଡା ଗାଁ ଗଣ୍ଡା କଥା ନ କହିବା ଭଲ। ସେଠାରେ ଶୁଣିବାକୁ କେହି ନାହିଁ । ଏହି ଅବ୍ୟବସ୍ଥା ବିରୁଦ୍ଧରେ କେନ୍ଦୁଝର ଲୋକେ ତାତି ସାରିଲେଣି। ତେଣୁ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ରଙ୍କ ନେତୃତ୍ୱରେ ଯୁବକମାନେ ଏକଜୁଟ ହୋଇ ଟାଟା ପାୱାର ଉତ୍ତର ଓଡ଼ିଶା ବିଦ୍ୟୁତ ବିତରଣ ସଂସ୍ଥାର କେନ୍ଦୁଝର ଅଫିସକୁ ଯାଇ ଏନେଇ ବିରୋଧ ପ୍ରଦର୍ଶନ କରିଥିଲେ। ନିର୍ବାହୀ ଯନ୍ତ୍ରୀଙ୍କ ସହ ସମସ୍ତଙ୍କ ସାମ୍ନାରେ ଆଲୋଚନା କରାଯାଇଥିଲା। ସମସ୍ତେ ଟାଟା ପାୱାରର ଏପରି ମନମାନି ଓ ପ୍ରଜା ଶୋଷଣ ନୀତିକୁ ତୀବ୍ର ନିନ୍ଦା କରିଥିଲେ। ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ବ୍ୟବସ୍ଥା ପରିବର୍ତ୍ତନ ନ ହେଲେ ଟାଟା ପାୱାର ବିରୋଧରେ ସାଧାରଣ ଲୋକଙ୍କ ସହଯୋଗରେ ଅସହଯୋଗ ଆନ୍ଦୋଳନ କରାଯିବ ପୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri