Posted inଜାତୀୟ

ବିଧାନ ପରିଷଦର ୩ ଆସନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ବେଙ୍ଗାଲୁରୁ, ୭।୬: କର୍ନାଟକ ବିଧାନ ପରିଷଦର ୩ଟି ଆସନ ପାଇଁ ନିର୍ବାଚନ ଆୟୋଗ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି। ଏହି ଆସନଗୁଡିକ ପାଇଁ ଜୁନ ୩୦ରେ ମତଦାନ ଅନୁଷ୍ଠିତ ହେବ ଏବଂ ଫଳାଫଳ ସେହି ଦିନ ବାହାରିବ।

ଜୁନ ମାସରେ ବିଧାନ ପରିଷଦର ୩ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ସାବାଡି ଲକ୍ଷ୍ମଣ ଓ ବାବୁରାଓ ସିଙ୍କ କାର୍ଯ୍ୟକାଳ ଯଥାକ୍ରମେ ଜୁନ ୧୪ ଏବଂ ଜୁନ ୧୭ରେ ଶେଷ ହେବ। ଉଭୟ ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ମଧ୍ୟ ଜିତିଥିଲେ। ସେହିପରି ଆର ଶଙ୍କରଙ୍କ କାର୍ଯ୍ୟକାଳ ଜୁନ ୩୦ରେ ଶେଷ ହେବାକୁ ଯାଉଛି। ଏହି ୩ ଆସନ ଖାଲି ପଡିବାକୁ ଯାଉଥିବାରୁ ନିର୍ବାଚନ ଆୟୋଗ ମତଦାନ ପାଇଁ ତାରିଖ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ, ଜୁନ ୧୩ରେ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଜୁନ ୨୦ ଥିବା ବେଳେ ନାମାଙ୍କନପତ୍ର ଗୁଡିକ ଜୁନ ୨୧ରେ ଯାଞ୍ଚ ହେବ। ସେହିପରି ନାମାଙ୍କନପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ଜୁନ ୨୩ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri