ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯାଉ

ପୁରୀ ଅଫିସ, ୭।୬:ଶ୍ରୀମନ୍ଦିର ୪ ଦ୍ୱାର ଭକ୍ତଙ୍କ ନିମନ୍ତେ ଖୋଲାଯିବା ସହ ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବାକୁ ଦାବି ହୋଇଛି। ଏ ନେଇ ପୁରୀ ଜିଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ମଙ୍ଗଳବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କୁ ଦାବିପତ୍ର ଦିଆଯାଇଛି। ଦାବିପତ୍ରରେ ଦର୍ଶାଯାଇଛି ଯେ, ସମ୍ପ୍ରତି କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ସମସ୍ତ ଭକ୍ତଙ୍କୁ ଛଡ଼ାଯାଉଛି। ଫଳରେ ସିଂହଦ୍ୱାରରେ ଭକ୍ତଙ୍କ ଲମ୍ବାଧାଡ଼ି ଲାଗିରହୁଛି। ଦର୍ଶନ ପାଇଁ ଭକ୍ତଙ୍କୁ ଡହ ଡହ ଖରାରେ ଶିଝିବାକୁ ପ୍ରଶାସନ ବାଧ୍ୟ କରୁଛି। ମୁଣ୍ଡଫଟା ଖରାରେ ଭକ୍ତଙ୍କ ପାଦ, ଦେହ ଶିଝିଯାଉଛି। ବିଶେଷକରି ରବିବାର ଓ ଛୁଟିଦିନରେ ଅନ୍ୟ ତିନିଦ୍ୱାର ବନ୍ଦ ଯୋଗୁ ପ୍ରବଳ ଭିଡ଼ ହେଉଛି। ଭକ୍ତମାନେ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଅସହ୍ୟ ଓ ମୁଣ୍ଡଫଟା ଖରାରେ ଅନେକ ସମୟରେ ଭକ୍ତମାନେ ଚେତାଶୂନ୍ୟ ହୋଇପଡୁଛନ୍ତି। ପୂର୍ବରୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରୁଥିଲେ। କିନ୍ତୁ କୋଭିଡ୍‌ କଟକଣା ପରଠାରୁ ବିଭିନ୍ନ ଆଳ ଦେଖାଇ ଶ୍ରୀମନ୍ଦିର ପ୍ରଶାସନ ଚାରିଦ୍ୱାରରେ ଭକ୍ତଙ୍କ ପ୍ରବେଶ ବନ୍ଦ କରିଛି। ସେହିପରି ପୂର୍ବରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ପୁରୀବାସୀଙ୍କୁ ଦର୍ଶନ ପାଇଁ ଛଡ଼ାଯାଉଥିଲା। କିନ୍ତୁ ଏବେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବନ୍ଦ କରିଦିଆଯାଇଛି। ମହାପ୍ରସାଦ ଆଣିବା ପାଇଁ ପୁରୀବାସୀଙ୍କୁ ଲମ୍ବାଧାଡ଼ିରେ ସିଂହଦ୍ୱାର ଦେଇ ଯିବାକୁ ପଡୁଛି ଯାହା ସମୟ ସାପେକ୍ଷ ଓ ଯନ୍ତ୍ରଣାଦାୟକ। ତେଣୁ ଭକ୍ତଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଚାରିଦ୍ୱାର ଖୋଲିବା ସହ ପୁରୀବାସୀଙ୍କୁ ପୂର୍ବ ପରି ପଶ୍ଚିମଦ୍ୱାର ପଟେ ଦର୍ଶନ ପାଇଁ ଛଡ଼ାଯାଉ ବୋଲି ମଞ୍ଚ ଦାବି କରିଛି। ଯଦି ପ୍ରଶାସନ ତୁରନ୍ତ କୌଣସି ପଦକ୍ଷେପ ନ ନିଏ ତେବେ ମଞ୍ଚ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯିବ ବୋଲି ସୂଚନା ଦିଆଯାଇଛି। ଦାବିପତ୍ର ପ୍ରଦାନ ବେଳେ ସଂଘର ଆବାହକ ଅନିଲ୍‌ କୁମାର ସାହୁ, ସୁରେଶ ମହାପାତ୍ର, କର୍ଣ୍ଣବୀର ମହାପାତ୍ର, ବିଚିତ୍ରାନନ୍ଦ ଦାଶ, ଶକ୍ତିଧର ବିଶୋଇ, ଉମାଶଙ୍କର ସାହୁ, ଅର୍ଜୁନ ସାହୁ, ପ୍ରତାପ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ରଥଯାତ୍ରା ପରେ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ପ୍ରତିଶ୍ରୁତି ଦେଇଥିବା ମଞ୍ଚ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri