Posted inଜାତୀୟ

ସକ୍ରିୟ ମାମଲା ୩ ହଜାର ତଳେ…

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଏହା ୨୧୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୨୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ୮୩୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୧ ଥିଲା। ସେହିପରି ୨୪ ଘଣ୍ଟାରେ ୩୮୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୧୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୮୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୨ ହଜାର ୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୭ ହଜାର ୩୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଖ ଅତିକମରେ ୫ ସନ୍ତାନ ଜନ୍ମ ଦିଅନ୍ତୁ: ଦମଦମି ଟକଶାଳାର ମୁଖ୍ୟ

ଚଣ୍ଡିଗଡ଼,୯।୫: ଶିଖମାନଙ୍କର ପ୍ରମୁଖ ସଂଗଠନ ଦମଦମି ଟକଶାଳାର ମୁଖ୍ୟ ଜ୍ଞାନି ହରନାମ ସିଂ ଖସଲା କହିଛନ୍ତି ଯେ ଶିଖଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ପ୍ରତ୍ୟେକ...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ଖଣ୍ଡ ଖଣ୍ଡ ହୋଇଗଲା ଶ୍ରମିକଙ୍କ ଶରୀର

ଶିବକାଶି,୯।୫: ଗୁରୁବାର ତାମିଲନାଡୁର ଶିବକାଶିରେ ଥିବା ବାଣ କାରଖାନାରେ ବିସ୍ଫୋରଣରେ ପାଞ୍ଚ ଜଣ ମହିଳାଙ୍କ ସମେତ ଆଠ ଜଣ କର୍ମଚାରୀଙ୍କ ମତ୍ୟୁ ଘଟିଥିବା ବେଳେ ଅନ୍ୟ...

କଂଗ୍ରେସର ଦାବି ହରିୟାଣାରେ ମିଳିବ ବହୁମତ

ଚଣ୍ଡିଗଡ଼,୯।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡା ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରିଛନ୍ତି। ସେ ପୁଣି ଥରେ କହିଛନ୍ତି...

କେଜରିଓ୍ବାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିରୋଧ କରୁଛି ଇଡି

ନୂଆଦିଲ୍ଲୀ,୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିରୋଧ କରି କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ସୁପ୍ରିମକୋର୍ଟ...

‘ମୁଁ ତାଙ୍କ ପୁଅ ନୁହେଁ ସେଥିପାଇଁ ମୋତେ…’, ଶରଦ ପାଓ୍ବାରଙ୍କୁ ଭଗବାନ ବୋଲି କହିଲେ ଅଜିତ, ଖେଳିଲେ ଇମୋଶନାଲ କାର୍ଡ

ମୁମ୍ବାଇ,୯।୫: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସେ ଏନସିପି (ଏସପି) ମୁଖ୍ୟ ଶରଦ ପାୱାରଙ୍କ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ମୋଦିଙ୍କୁ ମହାରାଷ୍ଟ୍ର ମାଟିରେ କବର ଦେବାକୁ ଧମକ, ସଞ୍ଜୟ ରାଉତଙ୍କ ବିବାଦୀୟ ବୟାନ

ମୁମ୍ବାଇ,୯।୫: ନିଜ ବୟାନ ପାଇଁ ସର୍ବଦା ହେଡଲାଇନରେ ଥିବା ଶିବସେନା ୟୁବିଟି ନେତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ଭାଜପାକୁ ଶକ୍ତ ଧକ୍କା

ଚଣ୍ଡିଗଡ଼,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ହରିୟାଣାରେ ଭାଜପା ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ହରିୟାଣା ଭାଜପାର ରାଜପୁତ ସମ୍ପ୍ରଦାୟର ବିଶିଷ୍ଟ ନେତା ସୁରଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri