ବାହାନଗା ରେଳ ଦୁର୍ଘଟଣା: ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‌

ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍‌ରେ ମାଗଣା ଶିକ୍ଷାଦାନ କରିବାକୁ କିଟ୍‌ ବୁଧବାର ଘୋଷଣା କରିଛି। ଆଜି ଏ ସମ୍ପର୍କରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଏତେ ବଡ଼ ରେଳ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ପରିବାରର ଦୁଃଖ ଆମେ ଲାଘବ କରି ନ ପାରିଲେ ମଧ୍ୟ ସେମାନଙ୍କୁ କିଛି ସାହାଯ୍ୟ କରିପାରିଲେ ଆମେ ନିଜକୁ ଧନ୍ୟ ମନେକରିବୁ। ପୂର୍ବରୁ ବିଭିନ୍ନ ଦୁର୍ବିପାକ ସମୟରେ କିଟ୍‌ ଓ କିସ୍‌ ସାଧାରଣ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଆସିଛି। କରୋନା ସମୟରେ ମଧ୍ୟ କିଟ୍‌ ଶତାଧିକ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷାଦାନ ସହ ଲକ୍ଷାଧିକ ଲୋକଙ୍କୁ ସାହାଯ୍ୟ କରିପାରିଥିଲା। ଏହି ଅବସରରେ ଶ୍ରୀ ସାମନ୍ତ ସୂଚନା ଦେଇ କହିଛନ୍ତି, ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୋଟ୍‌ ୨୮୮ଜଣଙ୍କ ମଧ୍ୟରୁ ଓଡ଼ିଶାର ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଓଡ଼ିଶାର ମୃତ ବ୍ୟକ୍ତିଙ୍କ ପରିବାରର ଜଣେ ସଦସ୍ୟଙ୍କୁ ତାଙ୍କ ଯୋଗ୍ୟତା ଭିତ୍ତିରେ କିଟ୍‌ ଓ କିସ୍‌ରେ ନିଯୁକ୍ତି ପ୍ରଦାନ କରାଯିବା ନିମନ୍ତେ କିଟ୍‌ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେହିପରି ରେଳ ଦୁର୍ଘଟଣାରେ ମାତାପିତା ହରାଇଥିବା ବ୍ୟକ୍ତିଙ୍କ ପିଲାମାନେ ଶିକ୍ଷାଗ୍ରହଣ ପାଇଁ ଆଗ୍ରହ ପ୍ରକାଶ କଲେ କିଟ୍‌ ଓ କିସ୍‌ରେ ସେମାନଙ୍କୁ ପ୍ରଥମ ଶ୍ରେଣୀରୁ ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ଯେ କୌଣସି ଶ୍ରେଣୀରେ ସେମାନଙ୍କ ଯୋଗ୍ୟତା ଅନୁସାରେ ମାଗଣାରେ ଶିକ୍ଷା ପ୍ରଦାନ କରାଯିବ। ଏଥିପାଇଁ ଆବେଦନ ପ୍ରକ୍ରିୟା କିଟ୍‌ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯିବ। ବାଲେଶ୍ୱରର ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ଭାରତର ଚଳିତ ଦଶକର ସବୁଠାରୁ ବଡ଼ ରେଳ ଦୁର୍ଘଟଣା। ଏହି ଦୁର୍ଘଟଣା ସମୟରେ ସ୍ଥାନୀୟ ଲୋକଙ୍କ ତୁରନ୍ତ ସହଯୋଗ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓ ସରକାରଙ୍କ ଅକୁଣ୍ଠ ସହଯୋଗକୁ ଶ୍ରୀ ସାମନ୍ତ ଭୂୟସୀ ପ୍ରଶଂସା କରିଛନ୍ତି। ଏହି ମିଳିତ ସହଯୋଗ ଯୋଗୁ ହଜାର ହଜାର ଲୋକଙ୍କ ଜୀବନ ବଞ୍ଚାଯାଇପାରିଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି। ଏହି ଅବସରରେ ଶ୍ରୀ ସାମନ୍ତ ରେଳ ଦୁର୍ଘଟଣାରେ ମୃତକଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସେମାନଙ୍କ ଆତ୍ମାର ସଦ୍‌ଗତି କାମନା କରି ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଶ୍ରୀ ସାମନ୍ତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri