ତତଲା କଡ଼େଇରେ ରାଜଧାନୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅହସ୍ୟ ଗୁଳୁଗୁଳି ହେଉଛି। ତେବେ ବୁଧବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସବୁଠୁ ଉତ୍ତପ୍ତ ସହର ଭାବେ ସମ୍ବଲପୁର ରହିଛି। ସମ୍ବଲପୁରରେ ତାପମାତ୍ରା ୪୪.୨ ଡିଗ୍ରୀ ରହିଛି। ସେହିପରି ଝାରସୁଗୁଡ଼ାରେ ୪୩.୪ ଡିଗ୍ରୀ, ଚାନ୍ଦବାଲିରେ ୩୯.୨ ଡିଗ୍ରୀ, ବାଲେଶ୍ୱରରେ ୩୭.୪ ଡିଗ୍ରୀ, ଗୋପାଳପୁରରେ ୩୪.୬ ଡିଗ୍ରୀ, ପୁରୀରେ ୩୪.୪ ଡିଗ୍ରୀ ଏବଂ ପାରାଦୀପରେ ମଧ୍ୟ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଗୁରୁବାର ଅପରାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri