କନ୍ଧମାଳରୁ ଅନୁଗୋଳ ଗଞ୍ଜେଇ ଚାଲାଣ: କାର ସହ ୬୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୭।୬: ଅବକାରୀ ଗୁଇନ୍ଦା ଯାଞ୍ଚ ବେଳେ ଜବତ ହୋଇଛି ୬୦କେଜିର ଗଞ୍ଜେଇ। ଅବକାରୀ ଗୁଇନ୍ଦା ଡେପୁଟି କମିଶନର ଡ଼ମ୍ବୁରଧର ଖଣ୍ଡାଙ୍କ ନିର୍ଦେଶରେ ଏକ ଟିମ ଅଙ୍କୁଶପୁର ଛକରେ ଗାଡ଼ି ଚେକିଂ କରିଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର ନମ୍ବର ଓ୦୨ଇ- ୭୮୬୯ କାରକୁ ଯାଞ୍ଚ ବେଳେ ଟିମ ଅଟାଇଥିଲା। ଯାଞ୍ଚ ବେଳେ ଉକ୍ତ କାରରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଟିମ୍‌ ଉକ୍ତ ଗଞ୍ଜେଇ ଭର୍ତ୍ତି କାର ଜବତ କରିବା ସହ ଚାଲାଣକାରୀଙ୍କୁ କାବୁ କରିଛି। ଅଭିଯୁକ୍ତ ଜଣଙ୍କ ଅନୁଗୁଳ ରାଜକିଶୋର ନଗରର ଚିତ୍ତରଞ୍ଜନ ବାଘଙ୍କ ପୁଅ ମନୋଜ ବାଘ(୨୮)। ଅବକାରୀ ଟିମ୍‌ ଉକ୍ତ କାର ଭିତରୁ ୬୦ଟି ପ୍ୟାକେଟ୍‌ରେ ଥିବା ୬୦କେଜି ଗଞ୍ଜେଇ ଜବତ କରିଛି। ମନୋଜ କନ୍ଧମାଳ ଜିଲାରୁ ଗଞ୍ଜେଇ ବେଆଇନ ଭାବେ ଆଣି ବ୍ରହ୍ମପୁର ଦେଇ ଅନୁଗୋଳ ଚାଲାଣ କରୁଥିଲେ ବୋଲି ଅବକାରୀ ଡେପୁଟି ସୁପେରଟେଣ୍ଡେଣ୍ଟ କୁବେର ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ କାରର ମୂଲ୍ୟ ଆନୁମାନିକ ୧୬ଲକ୍ଷ ଟଙ୍କା ହେବ ବୋଲି ସେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତଙ୍କୁ ମାମଲା ନମ୍ବର ୧୨୬/୨୩-୨୪ ରେ ବୁଧବାର କୋର୍ଟ ଚାଲାଣ କରାଯାଇଛି।

ସୂଚନାଯୋଗ୍ୟ, ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ବୁଧବାର ଅପରାହ୍ନ ୨ଟାବେଳେ ଡେପୁଟି ସୁପେରଟେଣ୍ଡେଣ୍ଟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଯାନବାହନ ଯାଞ୍ଚ କରୁଥିବା ବେଳେ ଏକ କାରକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଗଞ୍ଜେଇ ଭର୍ତ୍ତି କାର୍‌କୁ ଗୁଇନ୍ଦା ଟିମ୍‌ ଜବତ କରିଥିଲେ। ବେଆଇନ ଭାବେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଅବକାରୀ ଟିମ ଚାଲାଣକାରୀ ମନୋଜଙ୍କୁ ଗିରଫ କରିଛି। ଟିମ୍‌ରେ ଏସଆଇ ଆଜିତ କୁମାର ନାୟକ ,କନେଷ୍ଟେବଳ କପିଳାଶ ଭତ୍ରା, ବଳରାମ ଜେନା, ସରୋଜ ସ୍ବାଇଁ, ସନ୍ତୋଷ ନାୟକ ଭଗବାନ ହେମ୍ରମ ପ୍ରମୁଖ ସାମିଲ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri