ପୋଖରୀରେ ବୁଡ଼ି ଦୁଇ ମହିଳାଙ୍କ ଜୀବନ ଗଲା

ଜି.ଉଦୟଗିରି,୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତ ଲିଙ୍ଗାଗଡ଼ ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। କୁତୁଲୁମା ପୋଖରୀ ପାଣିରେ ଗୋଡ଼ ଖସି ଦୁଇ ଜଣ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ଦୁଇ ଜଣ ହେଲେ କୁରୁ ମଣି ପ୍ରଧାନ ଓ ସୂର୍ଯ୍ୟକାନ୍ତି ପ୍ରଧାନ। ଆଜି ସକାଳେ ଗୋବର ପିଙ୍ଗିବାକୁ ଯାଇଥିଲେ। ଗୋବର ପକାଇ ଗାଧୋଇବା ପାଇଁ ଯାଇଥିବା ବେଳେ ଅସାବଧାନତା ଯୋଗୁ ପୋଖରୀରେ ଗୋଡ଼ ଖସି ବୁଡି ଯାଇଥିଲେ। ଗ୍ରାମବାସୀ ଗୋଟିଏ ମୃତଦେହ ଉଦ୍ଧାର କରିଥିବା ବେଳେ ଅନ୍ୟ ଏକ ମୃତ ଦେହକୁ ଜି. ଉଦୟଗିରି ଦମକଳ ବାହିନୀ ପହଞ୍ଚି ଉଦ୍ଧାର କରିଛି । ଜି .ଉଦୟଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।ଏନେଇ କେସ୍‌ ନଂ ୧୦/୨୩ ଏବଂ୧୧/୨୩ରେ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri