Posted inଜାତୀୟ

ଦୈନିକ ସଂକ୍ରମଣ ୧୯୯…

ନୂଆଦିଲ୍ଲୀ, ୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୨ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୯୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୧୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ୬୮୭ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୮୩୧ ଥିଲା। ସେହିପରି ୨୪ ଘଣ୍ଟାରେ ୩୪୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୮୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୮୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୨ ହଜାର ୨୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୭ ହଜାର ୭୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri