ଏୟୁସିସିବି ଏଟିଏମ୍‌ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍‌: ଉଦ୍‌ଘାଟନ ପରଠାରୁ ଅଚଳ

ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍‌ ଉଦ୍‌ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଟଙ୍କା ଉଠାଣ ସୁବିଧା ପାଇଁ ଗତ ଜୁଲାଇରେ ଉକ୍ତ ଏଟିଏମ୍‌ ଲୋକାର୍ପିତ କାଉଣ୍ଟର ହୋଇଥିଲା। ଉଦ୍‌ଘାଟନ ପରେ ଟଙ୍କା ଉଠାଣ ସ୍ବାଭାବିକ ଭାବେ ଚାଲିଥିଲା। ହେଲେ ଏହାର ଗୋଟିଏ ଦିନ ପରେ ଟଙ୍କା ଭର୍ତ୍ତି କରା ନ ଯିବାରୁ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ଏ ନେଇ ଅଭିଯୋଗ ସତ୍ତ୍ୱେ ବ୍ୟାଙ୍କ କର୍ତ୍ତୃପକ୍ଷ ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଟିଏମ୍‌ରେ ତାଲା ଝୁଲୁଥିବାରୁ ଏହାର ସମ୍ମୁଖରେ ବ୍ୟାଙ୍କ କର୍ମଚାରୀମାନେ ବାଇକ୍‌ ପାର୍କିଂ କରୁଛନ୍ତି। ଅନ୍ୟପଟେ ଦୀର୍ଘ ମାସେ ହେଲା ଉକ୍ତ ଏଟିଏମ୍‌ ଅଚଳ ହୋଇପଡ଼ିଥିବାବେଳେ ଏହାକୁ ମରାମତି କରାଯାଉନାହିଁ। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାକୁ ତୁରନ୍ତ ମରାମତି କରିବାକୁ ଦାବି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।
ଏ ନେଇ ଏୟୁସିସିବି ଶାଖା ପରିଚାଳକ ବସନ୍ତ କୁମାର ପ୍ରଧାନ କୁହନ୍ତି, ଏଟିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଟଙ୍କା ଭର୍ତ୍ତି କଲେ କେତେବେଳେ ଉଠୁଛି, ତ ଆଉ କେତେବେଳେ ଉଠୁନାହିଁ। ଫଳରେ ବାଧ୍ୟ ହୋଇ ଏହାକୁ ବନ୍ଦ ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri