ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ

ମୁମ୍ବାଇ,୯ା୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗୁରୁବାର କ୍ରମାଗତ ଦ୍ୱିତୀୟ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ଆଣିନାହିଁ। ଗତ ୬ ତାରିଖରୁ ଚାଲିଥିବା ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକରେ ୬ ସଦସ୍ୟଙ୍କ ମଧ୍ୟରୁ ୫ ଜଣ ରିପର୍ଚେଜ୍‌ ରେଟ୍‌ (ବ୍ୟାଙ୍କଗୁଡ଼ିକୁ ରିଜର୍ଭ ବ୍ୟାଙ୍କ ଦେଉଥିବା ଋଣ ଉପରେ ସୁଧ)କୁ ୬.୫୦%ରେ ସୀମିତ ରଖିବା ସପକ୍ଷରେ ଭୋଟ ଦେଇଥିଲେ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି।
ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନକରି ଶକ୍ତିକାନ୍ତ କହିଛନ୍ତି, ୨୦୨୩ ମାର୍ଚ୍ଚ-ଏପ୍ରିଲରେ ଉପଭୋକ୍ତା ମୂଲ୍ୟ ମୁଦ୍ରାସ୍ଫୀତି (ସିପିଆଇ) ହ୍ରାସ ପାଇଥିଲେ ହେଁ ଧାର୍ଯ୍ୟ ଲକ୍ଷ୍ୟ ୪% ଉପରେ ରହିଛି। ଚଳିତ ଆର୍ଥିକବର୍ଷର ଅବଶିଷ୍ଟ ସମୟରେ ଏଥିରେ ବିଶେଷ ପରିବର୍ତ୍ତନ ଆସି ନ ପାରେ। ମୌସୁମୀଜନିତ ବୃଷ୍ଟିପାତ ଅନୁମାନ ଏବଂ ଏଲ୍‌ ନିନୋର ପ୍ରଭାବ ଅପରିବର୍ତ୍ତିତ ରହିଥିବାରୁ ମୁଦ୍ରାସ୍ଫୀତି ଉପରେ କଡ଼ା ନଜର ରହିବ ବୋଲି ସେ କହିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ଚଳିତ ଆର୍ଥିକବର୍ଷ (୨୦୨୩ ଏପ୍ରିଲରୁ ୨୦୨୪ ମାର୍ଚ୍ଚ)ରେ ମୋଟ ଘରୋଇ ଉତ୍ସାଦ (ଜିଡିପି) ଅଭିବୃଦ୍ଧି ୬.୫% ରହିବା ଆକଳନ କରିଛି। ତେବେ ଖୁଚୁରା ମୁଦ୍ରାସ୍ଫୀତି ୫.୨%ରୁ ୫.୧%କୁ ଖସିବା ଅନୁମାନ କରିଛି। ଗତ ଆର୍ଥିକବର୍ଷରେ ବିଶ୍ୱର ଅନ୍ୟତମ ଦ୍ରୁତତମ ଅଭିବୃଦ୍ଧିଶୀଳ ରାଷ୍ଟ୍ର ଭାରତର ଅଭିବୃଦ୍ଧି ୭.୨% ରହିଥିଲା। କମୋଡିଟିଜ୍‌ ମୂଲ୍ୟ ହ୍ରାସ ପାଇବାରେ ଲାଗିଥିବାରୁ ବିଶ୍ୱର ଅଧିକାଂଶ କେନ୍ଦ୍ରୀୟ ବ୍ୟାଙ୍କ ସୁଧହାର ବୃଦ୍ଧି ବନ୍ଦ କରିଥିବା ଅଷ୍ଟ୍ରେଲିଆ ଓ କାନାଡା ସୁଧହାର ବଢ଼ାଇଚାଲିଛନ୍ତି, ଯାହାକୁ ନେଇ ଆର୍ଥିକ ବଜାର ଚକିତ ହୋଇଯାଇଛି। ଆର୍‌ବିଆଇ ୨୦୨୨ ମେ’ରୁ ଅଦ୍ୟାବଧି ରେପୋ ରେଟ୍‌ରେ ୨୫୦ ବେସିସ୍‌ ପଏଣ୍ଟ୍ସ (ବିପିଏସ୍‌) ବୃଦ୍ଧି କରିସାରିଥିବାରୁ ଆଉ ନ ବଢ଼ାଇବାକୁ ନିଷ୍ପତ୍ତି ନେଇଥିବା ଗର୍ଭନର ଶକ୍ତିକାନ୍ତ କହିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କର ପରବର୍ତ୍ତୀ ଏମ୍‌ପିସି ବୈଠକ ଅଗଷ୍ଟ ୮ରୁ ୧୦ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ...

ଇଆଇପିଏଲ୍‌ ସହ ଏଚ୍‌ଡିଏଫ୍‌ସି କ୍ୟାପିଟାଲର ସହଭାଗିତା

ଭୁବନେଶ୍ୱର,୩୦।୪: ଏଚ୍‌ଡିଏଫ୍‌ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍‌ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି...

ହିଣ୍ଡାଲ୍‌କୋର ପ୍ରୋଜେକ୍ଟ ‘ଜ୍ଞାନାର୍ଜନ’

ଭୁବନେଶ୍ୱର,୩୦।୪: ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ କମ୍ପାନୀ ହିଣ୍ଡାଲ୍‌କୋର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଜ୍ଞାନାର୍ଜନ’ ନିକଟରେ ହୀରାକୁଦଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri