ଦେଶରେ ପ୍ରଭଞ୍ଜନ ଓ ବୋରା, ରାଜ୍ୟରେ ସ୍ବୟଂଶକ୍ତି ଶ୍ରେଷ୍ଠ

ଭୁବନେଶ୍ୱର,୧୪।୬(ଅନୁରାଧା ମହାରଣା): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୨୩ ୟୁଜିର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁସାରେ ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ ନମ୍ବର ଲେଖାଏ ରଖି ସର୍ବଭାରତୀୟ ସ୍ତରରେ ଯୁଗ୍ମ ଭାବେ ଶ୍ରେଷ୍ଠ ସ୍ଥାନ ହାସଲ କରିଥିବାବେଳେ ଓଡ଼ିଶାର ସ୍ବୟଂଶକ୍ତି ତ୍ରିପାଠୀ ର଼୍ୟାଙ୍କ-୮ ସହ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି।
ଚଳିତ ଥର ୨୦,୮୭, ୪୬୨ ଜଣ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିବାବେଳେ ୨୦, ୩୮, ୫୯୬ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧, ୪୫,୯୭୬ ଜଣଙ୍କୁ ର଼୍ୟାଙ୍କ ମିଳିଛି। ଦେଶ ବାହାରର ୧୪ଟି ସହର ସମେତ ମୋଟ ୪୯୯ଟି ସହରର ୪୦୯୭ଟି ସେଣ୍ଟରରେ ଏହି ପରୀକ୍ଷା ହୋଇଥିଲା। ନିଟ୍‌ରେ ଚଳିତ ବର୍ଷ ୫୬.୨୧ ପ୍ରତିଶତ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ନିଟ ୟୁଜିର କଟ୍‌ ଅଫ୍‌ ମାର୍କ ଚଳିତଥର ୭୨୦-୧୩୭ ପର୍ଯ୍ୟନ୍ତ ପହଞ୍ଚିଛି। ଉତ୍ତରପ୍ରଦେଶରୁ ସର୍ବାଧିକ ୧.୩୯ ଲକ୍ଷ, ମହାରାଷ୍ଟ୍ରରୁ ୧.୩୧ ଲକ୍ଷ ଓ ରାଜସ୍ଥାନରୁ ୧ ଲକ୍ଷରୁ ଅଧିକ ପିଲା ନିଟ୍‌-ୟୁଜି କ୍ୱାଲିଫାଏ କରିଛନ୍ତି। ଚଳିତବର୍ଷ ଓଡ଼ିଶାରୁ ୫୭୯୭ ଜଣ ପଞ୍ଜୀକରଣ କରିଥିବାବେଳେ ୫୭୧୫ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩୧୪୦ ଜଣ ର଼୍ୟାଙ୍କ ପାଇଛନ୍ତି। ୧୩ଟି ଭାଷାରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ଓଡ଼ିଆରେ ୯୮୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଶ୍ରେଷ୍ଠ ୫୦ ଜଣଙ୍କ ମଧ୍ୟରେ ଓଡ଼ିଶାର ସୂର୍ଯ୍ୟପ୍ରତାପ ମିଶ୍ର ୩୫ତମ ସ୍ଥାନରେ ରହିଛନ୍ତି। ସେହିପରି ଶ୍ରେଷ୍ଠ ୨୦ ଜଣ ମହିଳା ପରୀକ୍ଷାର୍ଥୀଙ୍କ ମଧ୍ୟରେ ଓଡ଼ିଶାର ଅଭିପ୍ସା ଚୌଧୁରୀ ରହିଛନ୍ତି। ସେ ର଼୍ୟାଙ୍କ ୬୩ ପାଇଥିବାବେଳେ ୭୧୦ ମାର୍କ ରଖିପାରିଛନ୍ତି। ସ୍ବୟଂଶକ୍ତି ଏବଂ ସୂର୍ଯ୍ୟ ପ୍ରତାପ ସାଇ ଇଣ୍ଟର ନ୍ୟାଶନାଲ ସ୍କୁଲର ଛାତ୍ର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri