୬ ଭରି ଓଜନର ମଙ୍ଗଳସୂତ୍ର ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା,୧୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ପ୍ରତିଦିନ କେଉଁଠି ନା କେଉଁ ଚୋରି, ରାହାଜାନି ହେଉଥିବା ଖବର ମିଳୁଥିଲେ ମଧ୍ୟ ପୋଲିସ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହେଉଛି। ଗୁରୁବାର ଜଣେ ବୟସ୍କା ମହିଳା ମର୍ନିଂୱାକ୍‌ରେ ଯାଉଥିବା ବେଳେ ଜଣେ ଦୁର୍ବୃତ୍ତ ବେକରୁ ସୁନା ମଙ୍ଗଳସୂତ୍ର ଟାଣି ନେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତ ଲୁଟି ନେଇଥିବା ମଙ୍ଗଳସୂତ୍ର ପ୍ର୍ରାୟ ୬ ଭରି ଓଜନର ହୋଇଥିବାବେଳେ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ମହିଳା ଜଣକ କହିଛନ୍ତି।
ସୂଚନା ଅନୁଯାୟୀ, ସାଇପ୍ରିୟାନଗର ବାସିନ୍ଦା କେ.ରାମାରାଓ ଓ ତାଙ୍କ ସ୍ତ୍ରୀ  ଗୁରୁବାର ସକାଳେ  ମର୍ନିଂୱାକ୍‌ରେ ଯାଇଥିଲେ । ସେମାନେ ଘରୁ ବାହାରି ବାଇପାସ୍‌ ଦେଇ  ବାରିଝୋଲା ରାସ୍ତାରେ ଯିବା ସମୟରେ ରୟତ କଲୋନି ରାସ୍ତା ଛକ ଓ ରେଲୱେ କ୍ରସିଂ ମଧ୍ୟରେ ଜଣେ ଦୁର୍ବୃତ୍ତ ଆସି ତାଙ୍କ ବେକରୁ ମଙ୍ଗଳସୂତ୍ର ଝାମ୍ପିନେଇ ଚମ୍ପଟ ମାରିଥିଲେ । ପରେ ଦମ୍ପତି ଥାନାକୁ ଯାଇ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ ମଧ୍ୟ ଲୁଟେରାଙ୍କ ସମ୍ପର୍କରେ କୌଣସି ଟେର ପାଇନାହିଁ । ସହରରେ ଏହିଭଳି ଚୋରି ଓ ଛିନ୍‌ତାଇ ବାରମ୍ବାର ଘଟୁଥିଲେ ମଧ୍ୟ ପୋଲିସର ଅବହେଳା କାରଣରୁ ଧରାପଡ଼ୁ ନ ଥିବା ଅଭିଯୋଗ ହେଉଛି। ସେହିପରି ସହରରେ ସିସି କ୍ୟାମେରା ଲାଗାଯାଇଥିଲେ ମଧ୍ୟ ତାହା କାମରେ ଆସୁ ନ ଥିବା କୁହାଯାଉଛି। ତେଣୁ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

ବାଲେଶ୍ୱର ଦେଶର ସବୁଠୁ ପ୍ରଦୂଷିତ ସହର: ଓଡ଼ିଶାର ୩ ସହରର ବାୟୁ ଗୁଣବତ୍ତା ଅତି ଖରାପ

ଭୁବନେଶ୍ୱର,୨୬।୧୨: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁସାରେ ଓଡ଼ିଶାର ତିନୋଟି ସହରାଞ୍ଚଳର ବାୟୁକୁ ‘ଅତି ଖରାପ’...

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri