ଜାତୀୟ ରାଜପଥରେ ଖାଲଖମା

କୁଆଁରମୁଣ୍ଡା,୧୬ା୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଦେଇ ଝାଡ଼ଖଣ୍ଡକୁ ଯାଇଥିବା ୧୪୩ ନଂ ଜାତୀୟ ରାଜପଥର ଡାଏରୀ ଫାର୍ମ ନିକଟରୁ କୁଆଁରମୁଣ୍ଡା ଫାଣ୍ଡି ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସେହି ରାସ୍ତା ଦେଇ ଯାଉଥିବା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାଧାରଣଭାବେ ଅଳ୍ପଟିକେ ବର୍ଷା ହେଲେ ଖାଲଗୁଡ଼ିକ ପାଣିରେ ଭର୍ତ୍ତି ହେବା ଯୋଗୁଁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏଥିପ୍ରତିି ଜାତୀୟ ରାଜପଥ କର୍ତ୍ତୃପକ୍ଷ କିମ୍ବା ଜିଲା ପ୍ରଶାସନ କାହାର ବି ନଜର ପଡ଼ୁନାହିଁ ା ଅନ୍ୟ ପକ୍ଷରେ ଡାଏରୀ ଫାର୍ମ ନିକଟରୁ ଲାଲୁ ପେଟ୍ରୋଲ ପମ୍ପ ପର୍ଯ୍ୟନ୍ତ ନୂତନଭାବେ ୪ ଥାକିଆ ବାଇପାସ୍‌ ରାଜପଥ ନିର୍ମାଣ ହୋଇଥିବାରୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ କୁଆଁରମୁଣ୍ଡା ବଜାର ଦେଇ ଯାଇଥିବା ପୁରୁଣା ରାଜପଥର ମରାମତି କରୁନାହାନ୍ତି। ଏ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଲୋକଙ୍କ ନିରାପତ୍ତା ଦୃଷ୍ଟିରୁ ବିପଦପୂର୍ଣ୍ଣ ଏହି ପୁରୁଣା ରାଜପଥର ମରାମତି କରିବା ପାଇଁ କୁଆଁରମୁଣ୍ଡା ପ୍ରଶାସନ ନିକଟରେ ଦୃଢ଼ ଦାବି କରିଛନ୍ତି। ନଚେତ୍‌ ଏ ନେଇ ଆଗାମୀ ଦିନରେ ବାଧ୍ୟ ହୋଇ ଲୋକେ ରାଜପଥ ଅବରୋଧ କରି ଆନ୍ଦୋଳନ କରିବାକୁ ପଛାଇବେ ନାହିଁ ବୋଲି କୁଆଁରମୁଣ୍ଡା ନାଗରିକ କମିଟି ଦାବି କରିଛି ା
ଏ ସମ୍ପର୍କରେ କୁଆଁରମୁଣ୍ଡା ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁର କହିଛନ୍ତି, କୁଆଁରମୁଣ୍ଡା ବଜାର ଦେଇ ଯାଇଥିବା ପୁରୁଣା ରାଜପଥ ମରାମତି ସମ୍ପର୍କରେ ଆମେ ଗତ ଏକ ବର୍ଷ ତଳେ କୁଆଁରମୁଣ୍ଡା ଗସ୍ତରେ ଆସିଥିବା ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଜଣାଇଥିଲୁ। ସେ ଏନ୍‌ଏଚ୍‌ଏଆଇଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇବା ସହ ତୁରନ୍ତ ଏହି ରାଜପଥ ମରାମତି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ରାଜପଥ କର୍ତ୍ତୃପକ୍ଷ ମରାମତି କରୁ ନ ଥିବାରୁ ଲୋକେ ବହୁ ହଇରାଣ ହେବା ସହ ସ୍ଥାନୀୟ ବାସିନ୍ଦା ଅହରହ ଧୂଳି ପ୍ରଦୂଷଣରେ ଅତିଷ୍ଠ ହୋଇପଡ଼ିଲେଣି। ତେଣୁ ତୁରନ୍ତ ମରାମତି କରା ନ ଗଲେ ଆଗାମୀ ଦିନରେ ଆମେ ରାଜପଥ କର୍ତ୍ତୃପକ୍ଷ ସ୍ଥାନୀୟ କାର୍ଯ୍ୟାଳୟ ଆଗରେ ଧାରଣା ଦେବୁ ବୋଲି ଚେତାବନୀ ଦେଇଛନ୍ତି। ସରପଞ୍ଚ ରାଜେଶ ହସଦାଙ୍କୁ ପଚାରିବାରୁ, ରଥଯାତ୍ରା ପୂର୍ବରୁ ଜାତୀୟ ରାଜପଥକୁ ସମ୍ପୂର୍ଣ୍ଣଭାବେ ମରାମତି କରିବା ପାଇଁ ଦାବି କରିନ୍ତି। କୁଆଁରମୁଣ୍ଡା ନାଗରିକ କମିଟି ସଦସ୍ୟ ତଥା ଯୁବ ସାମାଜିକ କର୍ମୀ ରାଜୁ ତିୱାରୀ କହିଛନ୍ତି, ରାଜପଥ ଦୂରାବସ୍ଥା ସମ୍ପର୍କରେ ଆମେ ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଅଭିଯୋଗ କରିଥିଲୁ। ଜିଲାପାଳ ମଧ୍ୟ ଏ ନେଇ ରାଜପଥ କର୍ତ୍ତୃପକ୍ଷଙ୍କୁ କହିଥିଲେ। ହେଲେ ରାଜପଥ ମରାମତି ହେଉ ହେଉନାହିଁ। ଫଳରେ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏ ଦିଗରେ ପ୍ରଶାସନ ତ୍ୱରିତ ପଦକ୍ଷେପ ନେବାକୁ ତିୱାରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri