Odisha Elections 2024

ବିଦ୍ୟୁତ୍‌ ବିଭ୍ରାଟ: ଉପଭୋକ୍ତା ଉତ୍ତେଜିତ

ଭୁବନେଶ୍ୱର,୧୭ା୬(ଅନିଲ ଦାସ) ଅସମ୍ଭାଳ ହେଉଛି ଗରମ ଓ ଗୁଳୁଗୁଳି। ଏଭଳି ସ୍ଥଳେ ବିଦ୍ୟୁତ୍‌ କାଟ ଯୋଗୁ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ଲୋକେ। ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଓ ଲୋ-ଭୋଲ୍‌ଟେଜକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ସାଧାରଣ ଲୋକେ ତାତିଲେଣି। କେଉଁଠି ବିଦ୍ୟୁତ୍‌ କାର୍ଯ୍ୟାଳୟ ଆଗରେ ରାଜନୈତିକ ଦଳ ବିକ୍ଷୋଭ କଲେଣି ତ ପୁଣି କେଉଁଠି ଉପଭୋକ୍ତାମାନେ ଟ୍ରାନ୍ସଫର୍ମରକୁ ଭଙ୍ଗାରୁଜା କରୁଛନ୍ତି। ଗରମଠାରୁ ଅଘୋଷିତ ବିଦ୍ୟୁତ୍‌ କାଟ ବଳିଯାଇଛି। ଗାଁ କି ସହର କିଛି ବି ବାଦ୍‌ ପଡୁନି। ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ହେଉଥିବା ଅନ୍ତର୍ଜାତୀୟ ଫୁଟ୍‌ବଲ ମ୍ୟାଚ ବେଳେ ମଧ୍ୟ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଅପମାନିତ ହେବାକୁ ପଡ଼ିଛି। ରାଜ୍ୟବାସୀଙ୍କୁ ଉନ୍ନତମାନର ଓ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୨୦୨୦ରୁ ଟାଟା ପାଓ୍ବାରକୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ୩ ବର୍ଷ ବିତିଯାଇଥିଲେ ସୁଦ୍ଧା ବିଦ୍ୟୁତ୍‌ ବ୍ୟବସ୍ଥାରେ ସେଭଳି କିଛି ଆଖିଦୃଶିଆ ପରିବର୍ତ୍ତନ ହୋଇନାହିଁ ବୋଲି ବିଭିନ୍ନ ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଉଛି। ରାଜ୍ୟ ସରକାର ଏହି ସମୟରେ ବିଭିନ୍ନ ଯୋଜନାରେ ଭିତ୍ତିଭୂମି ସୁଧାରିବା ପାଇଁ ପ୍ରାୟ ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରି ସାରିଲେଣି।
ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଟାଟା ପାଓ୍ବାର ସିଇଓଙ୍କୁ ଲୋକସେବା ଭବନ ଡାକି ତାଗିଦ୍‌ କରିଥିଲେ। ବିଦ୍ୟୁତ୍‌ କାଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମଧ୍ୟ ବହୁ ସଂଖ୍ୟାରେ ଅଭିଯୋଗ ଆସୁଛି। ଜନସାଧାରଣଙ୍କ ସମସ୍ୟା ସମାଧାନ କରିବାକୁ ସିଏମ୍‌ଓ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ତାଗିଦ କରାଯାଇଛି। ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାକୁ ନେଇ ବିଭିନ୍ନ ସଙ୍ଗଠନ ସରକାରଙ୍କୁ ଘେରିଛନ୍ତି। ଅଘୋଷିତ ବିଦ୍ୟୁତ୍‌ କାଟ ବନ୍ଦ ନ ହେଲେ ରାଜରାସ୍ତାରେ ଲଢ଼େଇ ହେବ ବୋଲି ଚେତାବନୀ ଦେଇଛନ୍ତି।
୧୯୯୯ରୁ ଆଜି ଯାଏ ରାଜ୍ୟରେ ବିଦ୍ୟୁତ୍‌ ଭିତ୍ତିଭୂମି ବିକାଶ ପାଇଁ ଯେଉଁ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ତାହାର ବିଚାର ବିଭାଗୀୟ ତଦନ୍ତ ହେବା ଦରକାର। ଟାଟା ପାଓ୍ବାର ଯେଉଁ ମନମାନୀ କରୁଛି ସରକାର ତା’ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଏହା ବନ୍ଦ ନ ହେଲେ ଅଘୋଷିତ ବିଦ୍ୟୁତ୍‌ କାଟ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ସମାବେଶ କରାଯିବ ବୋଲି ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଉପଭୋକ୍ତା ମହାସଂଘର ଆବାହକ ରବି ବେହେରା କହିଛନ୍ତି।
ସେହିପରି ନିଖିଳ ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘ ସାଧାରଣ ସମ୍ପାଦକ ଅକ୍ଷୟ ତ୍ରିପାଠୀ କହିଛନ୍ତି, ଲୋକମାନଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ମିଳିପାରୁ ନାହିଁ। ଲୋ-ଭୋଲ୍‌ଟେଜ ସମସ୍ୟା ବଢ଼ିବାରେ ଲାଗିଛି। ବହୁ ପୁରୁଣା କଣ୍ଡକ୍ଟରକୁ ପରିବର୍ତ୍ତନ କରାଯାଉ ନାହିଁ। ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ କେବଳ ବିଦ୍ୟୁତ୍‌ ବିଲ୍‌ ଆଦାୟରେ ବ୍ୟସ୍ତ ରହୁଛି। ବିଦ୍ୟୁତ୍‌ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିହାତି ଦରକାର ବୋଲି ସେ କହିଛନ୍ତି।
ବାରମ୍ବାର ଅଘୋଷିତ ବିଜୁଳି କାଟ ହେଉଛି। ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ବିଦ୍ୟୁତ୍‌ ଉପଭୋକ୍ତା ସଂଘ ଚେତାବାନୀ ଦେଇଛି। ସଂଘ ପକ୍ଷରୁ କୁଜଙ୍ଗ ବିଦ୍ୟୁତ୍‌ ସବ୍‌ଡିଭିଜନରେ ଏସ୍‌ଡିଓ ମନୋଜ କୁମାର ସାହୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଯଦି ଏନେଇ କୌଣସି ପଦକ୍ଷେପ ନିଆ ନ ଯାଏ ତେବେ ଆସନ୍ତା ୧ ସପ୍ତାହ ମଧ୍ୟରେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ସଂଘର ଆବାହକ ବାବୁରାମ ଚୌଧୁରୀ ଓ ନବନିର୍ମାଣ କୃଷକ ସଙ୍ଗଠନର ବ୍ଲକ ସଂଯୋଜକ ବିଭୂତି ଭୂଷଣ ଜେନା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri