ଭୁବନେଶ୍ୱର,୧୭ା୬(ଅନୁରାଧା ମହାରଣା) ରାଜ୍ୟ ବିଦ୍ୟାଳୟ ସ୍ତରୀୟ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ହେବାକୁ ଯାଉଛି। ଦଶମ ବୋର୍ଡ ପରୀକ୍ଷା ପରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପରୀକ୍ଷାରେ ଏକକ ପ୍ରଶ୍ନପତ୍ର ରହିବ। ଏଥିସହ ଖାତା ମୂଲ୍ୟାୟନ ଢ଼ାଞ୍ଚା ବି ବଦଳିବ। ରାଜ୍ୟର ସମସ୍ତ ୬୫ ହଜାର ୨୭୯ଟି ସରକାରୀ ବିଦ୍ୟାଳୟରେ ଏହି ବ୍ୟବସ୍ଥା ଲାଗୁ କରାଯିବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତି କାର୍ଯ୍ୟ ଏସ୍ସିଇଆର୍ଟି ମାଧ୍ୟମରେ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନାନୁସାରେ, ସରକାରୀ ବିଦ୍ୟାଳୟଗୁଡିକରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ଲାଗି ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ନାହିଁ। ଭିନ୍ନ ଭିନ୍ନ ବିଦ୍ୟାଳୟରେ ଅନୁଷ୍ଠିତ ହେଉଥିବା ପରୀକ୍ଷାରେ ଭିନ୍ନ ଭିନ୍ନ ପ୍ରଶ୍ନ ଆସୁଥବାରୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ସ୍ପଷ୍ଟ ହୋଇପାରୁ ନାହିଁ। ସ୍କୁଲୱାରି ପ୍ରଶ୍ନପତ୍ର ପ୍ରସ୍ତୁତି ଲାଗି ନିର୍ଦ୍ଦିଷ୍ଟ ନିୟମ ରହିଥିଲେ ମଧ୍ୟ କେତେକ ବିଦ୍ୟାଳୟରେ ପରୀକ୍ଷାରେ ସରଳ ପ୍ରଶ୍ନ ଆସୁଥିବାବେଳେ କେତେକ ପରୀକ୍ଷାରେ ଜଟିଳ ପ୍ରଶ୍ନ ଆସୁଛି। ତେଣୁ ବିଭିନ୍ନ ସମୟରେ ଉପୁଜୁଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଏପରି ବ୍ୟବସ୍ଥା କରାଯାଉଛି। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ଦ୍ୱାରା ଦଶମ ପରୀକ୍ଷାରେ ପାସ୍ ହାର ବୃଦ୍ଧି ପାଇବା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଦକ୍ଷତା ମଧ୍ୟ ସ୍ପଷ୍ଟ ହୋଇପାରିବ ବୋଲି ଆଶା କରାଯାଉଛି।
ଷଷ୍ଟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବାର୍ଷିକ ପରୀକ୍ଷାର ପ୍ରଶ୍ନପତ୍ର ଏକ ପ୍ରକାର ଥିବାବେଳେ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଏକକ ନ ଥିଲା। ଆସନ୍ତା ଶିକ୍ଷା ବର୍ଷରୁ ଉଭୟ ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ପ୍ରଶ୍ନପତ୍ର ସବୁ ବିଦ୍ୟାଳୟରେ ସମାନ ରହିବ। ସେହିପରି ପରୀକ୍ଷା ଶେଷ ହେବା ପରେ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନେ ମୂଲ୍ୟାୟନ କରୁଥିବାବେଳେ ନୂତନ ବ୍ୟବସ୍ଥାରେ ଦଶମ ବୋର୍ଡ ପରୀକ୍ଷା ପରି ନିଜ ସ୍କୁଲର ପରୀକ୍ଷା ଖାତା ସେହି ସ୍କୁଲର ଶିକ୍ଷକମାନେ ଦେଖିପାରିବେ ନାହିଁ। ଏନେଇ ଏକ ଜୋନ୍ ଗଠନ ହେବ। ଯେଉଁଥିରେ ଜିଲ୍ଲାୱାରି ମୂଲ୍ୟାୟନ କେନ୍ଦ୍ର ଚୟନ କରାଯିବ। ସେହି ଜୋନ୍କେନ୍ଦ୍ରରେ ଜିଲାର ସବୁ ଉତ୍ତରଖାତା ଦାଖଲ ହେବା ପରେ ମନୋନୀତ ଶିକ୍ଷକମାନେ ମୂଲ୍ୟାୟନ କରିବେ। ଯଦି କୌଣସି ପିଲାଙ୍କ ଉତ୍ତର ଖାତା ମୂଲ୍ୟାୟନରେ ତ୍ରୁଟି ରହେ ତେବେ ବିଦ୍ୟାଳୟର ପ୍ରଧାନଶିକ୍ଷକ ତ୍ରୁଟି ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରିବେ। ସମ୍ପୃକ୍ତ ବିଷୟର ଶିକ୍ଷକଙ୍କ ଉପସ୍ଥିତିରେ ପୁଣି ମୂଲ୍ୟାୟନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହାବ୍ୟତୀତ ଏକ ସମୟରେ ସବୁ ପିଲାଙ୍କ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ତେବେ ବିଷୟଭିତ୍ତିିକ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ବର୍ଷକୁ ୨ଥର ରାଜ୍ୟ ବାହାରର ପ୍ରଶିକ୍ଷକଙ୍କ ଦ୍ୱାରା ପ୍ରଶିକ୍ଷଣ ପ୍ରଦାନ କରିବାକୁ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ରହିଛି।
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କରି କହିଲେ…
ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...
ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...
ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍ ପଦବୀ ଛାଡ଼ିବାର କହିଲେ କାରଣ…
କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ
ଦୁବାଇ,୨ା୧: ପୂର୍ବ ୟେମେନ୍ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
Archives


