ଅବଧି ଶେଷ: ସରୁନି ପ୍ରକଳ୍ପ କାର୍ଯ୍ୟ

ନାଉଗାଁ,୧୯ା୬(ସୁଧା ବେଉରା): ଗ୍ରାମାଞ୍ଚଳର ସବୁ ଗୃହକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଉଛି। ବିଭାଗୀୟ ଅଧିକାରୀଙ୍କ ଠିକ୍‌ ତଦାରଖ ଅଭାବରୁ ଦାୟିତ୍ୱରେ ଥିବା ଠିକାଦାରମାନେ ମନଇଚ୍ଛା କାର୍ଯ୍ୟ କରୁଛନ୍ତି। କାର୍ଯ୍ୟର ଅବଧି ଶେଷ ହୋଇଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟ ଶେଷ ହେଉନାହିଁ। ଏଭଳି କାର୍ଯ୍ୟ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଜଗତ୍‌ସିଂହପୁର ବିଭାଜନ ଅଧୀନ ନାଉଗଁା ପଞ୍ଚାୟତରେ ଦେଖିବାକୁ ମିଳିଛି। ଏହି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଚାଲିଛି।
ଆର୍‌ଟିଆଇରୁ ମିଳିଥିବା ତଥ୍ୟ ଅନୁସାରେ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏହି ପଞ୍ଚାୟତକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଏ ସବୁ ଜୋନ୍‌ରେ ୪ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ବାବଦକୁ ୪୦୬.୩୨ ଲକ୍ଷ ଟଙ୍କା ମଞ୍ଜୁର କରାଯାଇ ଟେଣ୍ଡର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ ଏହି ୪ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ଠିକାଦାରଙ୍କୁ ପ୍ରଦାନ କରାଯାଇଛି। ନିର୍ମାଣ କାର୍ଯ୍ୟର ତଦାରଖ ଦାୟିତ୍ୱ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଜଗତ୍‌ସିଂହପୁର ବିଭାଜନକୁ ପ୍ରଦାନ କରାଯାଇ ଠିକାଦାରଙ୍କ ସହ ଚୁକ୍ତିପତ୍ର କରାଯାଇଛି। ଏହି ଚୁକ୍ତିପତ୍ର ଅନୁଯାୟୀ, ନିର୍ମାଣ କାର୍ଯ୍ୟ ୨୦୨୨ ମେ’ ୨୧ ରୁ ଆରମ୍ଭ କରାଯାଇ ୨୦୨୩ ମେ’ ୨୦ ଭିତରେ ଶେଷ କରାଯିବା ପାଇଁ ଦର୍ଶାଯାଇଛି। କିନ୍ତୁ କାର୍ଯ୍ୟର ଅବଧି ଇତିମଧ୍ୟରେ ଶେଷ ହୋଇଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇନାହିଁ। ଗ୍ରୀଷ୍ମପ୍ରବାହ କମୁ ନ ଥିବା ବେଳେ ପାନୀୟ ଜଳ ଲାଗି ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସଙ୍କୁ ପଚାରିବାରେ ଠିକାଦାରଙ୍କ ପକ୍ଷରୁ ସମୟ ସମ୍ପ୍ରସାରଣ ପାଇଁ ଆବେଦନ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri