ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ରାଜନୀତି

ବରଗଡ଼ ୧୯।୬ (ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିଦର୍ଶନ ଏବଂ ସମୀକ୍ଷା ପରଦିନଠାରୁ ପ୍ଲାଣ୍ଟରେ ଏଭଳି ସ୍ଥିତି ଉପୁଜିଥିବାରୁ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ନିର୍ମାଣ କାର୍ଯ୍ୟ ବନ୍ଦ ପଛରେ ଶାସକ ବିଜେଡିର ହାତ ରହିଛି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ ଏଥିରେ ସିଧାସଳଖ ସ୍ଥାନୀୟ ବିଧାୟକଙ୍କୁ ଟାର୍ଗେଟ କରିଥିବାବେଳେ ପ୍ଲାଣ୍ଟ କର୍ମଚାରୀଙ୍କୁ ଧମକ ଚମକ ଦେଇ ନିର୍ମାଣ କାର୍ଯ୍ୟ ବନ୍ଦ କରି ଦିଆଯାଇଛି ବୋଲି ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଅଭିଯୋଗ କରିଛନ୍ତି। ଏହାକୁ ଉଭୟେ ନିଜ ଟ୍ବିଟର ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ଏ ସମ୍ପର୍କରେ ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ପଚାରିବାରୁ ସେ କହିଥିଲେ, ସେଭଳି ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ପ୍ଲାଣ୍ଟରେ କାର୍ଯ୍ୟରତ ଜଣେ ବିଜେଡି କର୍ମୀଙ୍କୁ ଭାଜପା କର୍ମୀମାନେ ଆକ୍ରମଣ କରି ହାତଗୋଡ଼ ଭାଙ୍ଗି ଦେଇଛନ୍ତି। ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏହାରି ଭୟରେ ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ପ୍ଲାଣ୍ଟକୁ ଆସି ଦଳୀୟ କର୍ମୀଙ୍କୁ ଉସୁକାଇଥିବାରୁ ପ୍ଲାଣ୍ଟରେ କାର୍ଯ୍ୟରତ ବିଜେଡି କର୍ମୀଙ୍କ ଉପରେ ଭାଜପା କର୍ମୀ ସେଭଳି ଆକ୍ରମଣ କରିଛନ୍ତି ବୋଲି ବିଧାୟକ ସିଂ ପାଲଟା ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ୧୬୦୭ କୋଟି ଟଙ୍କା ବ୍ୟୟ ଅଟକଳରେ ୭୦ଏକର ପରିମିତ ଜମିରେ ଉକ୍ତ ଇଥାନଲ ପ୍ଲାଣ୍ଟ ନିର୍ମାଣ କରାଯାଉଛି। ଗତ ୧୧ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉକ୍ତ ପ୍ଲାଣ୍ଟ ପରିଦର୍ଶନ କରିବା ସହ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କରିଥିଲେ। ଖୁବ୍‌ଶୀଘ୍ର ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବା ଆଶା କରାଯାଉଛି ଏବଂ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଜିଲା ସମେତ ଆଖପାଖ ଅଞ୍ଚଳର ଚାଷୀଙ୍କ ଆୟ ବଢିବ ବୋଲି ସେ କହିଥିଲେ। ମାତ୍ର ତାଙ୍କ ଗସ୍ତର ଠିକ୍‌ ପରଦିନଠାରୁ ପ୍ଲାଣ୍ଟରେ ନିର୍ମାଣ କାର୍ଯ୍ୟ ବନ୍ଦ ରହିବା, ଏଥିରେ ଭାଜପା ଶାସକ ବିଜେଡି ଦଳକୁ ଦାୟୀ କରିବା ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ପରେ ପ୍ଲାଣ୍ଟରେ କାର୍ଯ୍ୟରତ ବିଜେଡି କର୍ମୀଙ୍କ ଉପରେ ଭାଜପା କର୍ମୀଙ୍କ ଆକ୍ରମଣ ଅଭିଯୋଗ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri