ରଥଯାତ୍ରାରେ ଛେରା ପହଁରା କରନ୍ତି ରାଣୀ

ଧର୍ମଶାଳା,୨୦ା୬(ବଟକୃଷ୍ଣ ପରିଡ଼ା ): ମଙ୍ଗଳବାର ଶ୍ରୀଗୁଣ୍ଡିଚା । ଧର୍ମଶାଳା ବ୍ଲକର ଗଡମଧୁପୁରର ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ପକ୍ଷରୁ ରଥଯାତ୍ରା ଅନୁଷ୍ଠିତ ହୁଏ । ପରମ୍ପରା ଅନୁଯାୟୀ ଗଡମଧୁପୁର ଜଗନ୍ନାଥ ମନ୍ଦିର ବଡଦାଣ୍ଡରେ ରାଜା ଛେରାପହଁରା କରିଥାନ୍ତି । ତେବେ ଗଡମଧୁପୁରର ଶେଷ ରାଜା କୃଷ୍ଣପ୍ରକାଶ ଧିରନାରାୟାଣଙ୍କ ପରିବାରରେ ପୁଅ ନ ଥିବାରୁ ତାଙ୍କ ଦେହାନ୍ତ ପରଠାରୁ ଝିଅ ଅପର୍ଣ୍ଣା ଧିରସିଂ ରାଜଭିଷେକ ହୋଇଛନ୍ତି । ଫଳରେ ରଥଯାତ୍ରା ସମୟରେ ପରମ୍ପରାରୁ ଦୃଷ୍ଟିରେ ରଖି ରାଣୀ ଅପର୍ଣ୍ଣା ଧିରସିଂ ଛେରା ପହଁରା କରିଥାନ୍ତି । ସେହିପରି ଧର୍ମଶାଳା ବ୍ଲକ ଅନ୍ତର୍ଗତ ଭାଲୁଖାଇସ୍ଥିତ ଜଗନ୍ନାଥ ମନ୍ଦିର ପକ୍ଷରୁ ମଙ୍ଗଳବାର ଘୋଷଯାତ୍ରା ମହାଆଡମ୍ବର ସହକାରେ ଅନୁଷ୍ଠିତ ହେବାକୁ କମିଟି ପକ୍ଷରୁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri