ଗାମୁଛାରେ ବୃଦ୍ଧଙ୍କ ବେକ ଭିଡ଼ି ହତ୍ୟା ଅଭିଯୋଗ: ଯୁବକ ଗିରଫ

କୋରୁକୋଣ୍ଡା,୨୧ା୬(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି ୩ ପଞ୍ଚାୟତ ଅଧୀନସ୍ଥ ସିତାଗନ୍ଧୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ନଜରକୁ ଆସିଛି। ଗତ ୧୯ ତାରିଖ ସୋମବାର ରାତିରେ ସୀତାଗନ୍ଧି ଗ୍ରାମରେ ରହୁଥିବା ଲଇଖନ ଖରା ନାମକ ଜଣେ ବୃଦ୍ଧଙ୍କୁ ଉକ୍ତ ଗ୍ରାମରେ ରହୁଥିବା ରଘୁ ହନ୍ତାଳଙ୍କ ପୁଅ ଧନେଶ୍ୱର (୨୪) ଗ୍ରାମଠାରୁ ୧ କିଲୋମିଟର ଦୂରରେ ରାସ୍ତାରେ ଏକୁଟିଆ ପାଇ ତାଙ୍କୁ ସେଠାରେ ମାଡ଼ ମାରିବା ସହ ଗାମୁଛାରେ ତାଙ୍କ ବେକକୁ ଭିଡ଼ି ହତ୍ୟା କରିବା ପରେ ମୃତଦେହକୁ ନିକଟରେ ଥିବା ମୁହୁଲ ଗଛ ତଳେ ପକାଇ ଦେଇଥିବା ଘଟଣା ସମ୍ପର୍କରେ ଅଭିଯୋଗ ନେଇ ଲଇଖନ ଖରାଙ୍କ ପୁତୁରା ଥାନାରେ ଏକ ଲିଖିତ ଏତଲା ପ୍ରଦାନ କରିଥିଲେ। ଉକ୍ତ ଏତଲାକୁ ଭିତ୍ତି କରି ଥାନାରେ କେସ୍‌ ନଂ ୧୯୬/୨୩ରେ ଏକ ରୁଜୁ କରି ଓର୍କେଲ ଥାନା ଅଧିକାରୀ ରଘୁନାଥ ମାଝିଙ୍କ ନେତୃତ୍ୱରେ ଏସ୍‌ଆଇ ଗୌତମ ହରିଜନ, ଏଏସ୍‌ଆଇ ଅଜିତ କୁମାର ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲଇଖନଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏହି ଘଟଣାରେ ସଂପୃକ୍ତ ଥିବା ଧନେଶ୍ୱର ହନ୍ତାଳଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିବା ଥାନା ଅଧିକାରୀ ଶ୍ରୀ ମାଝି ସୂଚନା ଦେଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ପ୍ରାୟ ୩ ବର୍ଷ ପୂର୍ବେ କୌଣସି କାରଣରୁ ଧନେଶ୍ୱରଙ୍କ ସ୍ତ୍ରୀ ଓ ପିଲାଙ୍କର ମୃତ୍ୟୁ ହୋଇଥିଲା। ତେବେ ଉକ୍ତ ଗ୍ରାମର ଲଇଖନ ଖରା ଗୁଣିଗାରେଡ଼ି କରିଥିବାରୁ ତାଙ୍କ ସ୍ତ୍ରୀ ଓ ପିଲାମାନେ ମୃତ୍ୟୁ ହୋଇଥିବା ସନ୍ଦେହ କରି ଧନେଶ୍ୱର ପ୍ରତିଶୋଧ ନେବା ପାଇଁ ଏଭଳି କାଣ୍ଡ ଭିଆଇଛନ୍ତି ବୋଲି କିଛି ଅଞ୍ଚଳବାସୀ ମଧ୍ୟରେ ଆଲୋଚନା ହେଉଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଓ ପୋଲିସର ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri