ଭୁବନେଶ୍ୱର,୨୨ା୬(ବନ୍ଦନା ସେଠୀ)ଗୁରୁବାର ସନ୍ଧ୍ୟାରେ ଶୁକ୍ର ଓ ମଙ୍ଗଳ ଗ୍ରହର ଖୁବ୍ ନିକଟରେ ଚନ୍ଦ୍ର ଦେଖାଯିବ। ପଶ୍ଚିମ ଆକାଶରେ ଶୁକ୍ର ଉଜ୍ଜ୍ୱଳ ଓ ମଙ୍ଗଳ ଗ୍ରହ ଫିକା ଲାଲ ରଙ୍ଗର ଦେଖାଯିବ। ତେବେ ଚନ୍ଦ୍ର ସହିତ ଏମାନଙ୍କ କୌଣିକ ଦୂରତା ପ୍ରାୟ ୨ରୁ ୪ ଡିଗ୍ରୀ ରହିବ। ପରଦିନ ଅର୍ଥାତ୍ ୨୩ ତାରିଖରେ ଚନ୍ଦ୍ର ସହ ସେମାନଙ୍କ କୌଣିକ ଦୂରତା ପ୍ରାୟ ୧୫-୧୭ ଡିଗ୍ରୀକୁ ବୃଦ୍ଧି ହେବ। ଆକାଶ ମେଘମୁକ୍ତ ରହିଲେ ଜୁନ୍ ଶେଷ ସପ୍ତାହ ବା ଜୁଲାଇ ୩୦ ଯାଏ ସବୁଦିନ ସନ୍ଧ୍ୟା ୭ଟାରୁ ୮ଟା ପ୍ରାୟ ଏକଘଣ୍ଟା ଧରି ଉଜ୍ଜ୍ୱଳ ଶୁକ୍ର ଗ୍ରହକୁ ପଶ୍ଚିମ ଆକାଶରେ ଖାଲି ଆଖିରେ ଦେଖିହେବ। ସେହି ସମୟରେ ଶୁକ୍ରର ଠିକ୍ ଉପରେ (ପ୍ରାୟ ୨ରୁ ୪ଡିଗ୍ରୀ) ଫିକା ଲାଲ ରଙ୍ଗର ମଙ୍ଗଳ ଗ୍ରହ ମଧ୍ୟ ଖାଲି ଆଖିରେ ଦେଖାଯିବ। ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ। ଜୁଲାଇ ୨୮ରେ ଶୁକ୍ର ଗ୍ରହକୁ ଦୂରବୀକ୍ଷଣ ଯନ୍ତ୍ରରେ ଦେଖିଲେ ଏହା ଦ୍ୱିତୀୟ ଚନ୍ଦ୍ର ପରି ବଙ୍କୁଲି ଦେଖାଯିବ। ଚନ୍ଦ୍ର କଳାର ହ୍ରାସ ବୃଦ୍ଧି ପରି ଶୁକ୍ର ଗ୍ରହର ମଧ୍ୟ କଳାର ହ୍ରାସ ବୃଦ୍ଧି ହୋଇଥାଏ, ଯାହାକି ଖାଲି ଆଖିରେ ଦେଖାଯାଏ ନାହିଁ। କିଛିଦିନ ବ୍ୟବଧାରେ ଶୁକ୍ର ଗ୍ରହକୁ ଦୂରବୀକ୍ଷଣ ଯନ୍ତ୍ରରେ ଦେଖିହେବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମର ପୂର୍ବତନ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ
ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା
ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
Archives


