ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍‌ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଉଛି।

ବାଲେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ଯାଞ୍ଚ ଓ୍ବାରେଣ୍ଟ ବଳରେ ହେଉଥିବା ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସ୍‌ପି, ୪ ଡିଏ୍‌ପି, ୮ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଜୟନ୍ତୀ ବଦଳି ହୋଇ ବର୍ତ୍ତମାନ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ କାର୍ଯ୍ୟ କରୁଛନ୍ତି।

ବାଲେଶ୍ୱରରେ ଜୟନ୍ତୀଙ୍କର ୩ଟି ବହୁମହଲା ବିଶିଷ୍ଟ କୋଠା, ୪ଟି ପ୍ଲଟ୍‌, ଭୁବନେଶ୍ୱରରେ ୨ଟି ଫ୍ଲାଟ୍‌, ପୋଷ୍ଟାଲ ଓ ଜୀବନବୀମା ଜମା ୫୩ ଲକ୍ଷ, ନଗଦ ୨ ଲକ୍ଷ ୭୯ ହଜାର, ଗୋଟିଏ ଚାରିଚକିଆ ଯାନ ସମେତ ଅନ୍ୟାନ୍ୟ ସାମଗ୍ରୀ ଠାବ ହୋଇସାରିଲାଣି। ଚଢ଼ାଉ ଜାରି ରହିଥିବାରୁ ମୋଟ୍‌ ସମ୍ପତ୍ତିର ଆକଳନ କରାଯାଇପାରିନାହିଁଁ।

ଅନ୍ୟପକ୍ଷରେ ଗଣମାଧ୍ୟମକୁ ତାଙ୍କ ପୁଅ କହିଛନ୍ତି, ଭଦ୍ରକରେ ଭଡ଼ାଘର ଆଉ ଭୁବନେଶ୍ୱରେ ଗୋଟିଏ ଘର ରହିଛି। ମିଡିଲ କ୍ଲାସ ପରିବାରରେ ଯେତିକି ଆବଶ୍ୟକତା ଆମ ପାଖରେ ତାହା ଅଛି। ଆମ ବିରୋଧରେ ଷଡ଼ଯନ୍ତ୍ର କରି ଏହି ରେଡ୍‌ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri