ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା (ସିପିଇଟି) ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ। ଜୁନ୍‌ ୨୮ ଓ ୩୦ ତାରିଖକୁ ବାଦ୍‌ ଦେଲେ ଜୁଲାଇ ୪ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏହି ପରୀକ୍ଷା ହେବ। ୪୯ଟି ବିଷୟରେ ଏହି ପରୀକ୍ଷା ହେବାକୁ ଥିବାବେଳେ ପୂର୍ବାହ୍ନ ୧୦ଟାରୁ ୧୧ଟାରେ ପ୍ରଥମ ପର୍ଯ୍ୟାୟ, ଅପରାହ୍ନ ୧୨.୩୦ରୁ ୧.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଏବଂ ୩ଟାରୁ ୪ଟା ପର୍ଯ୍ୟନ୍ତ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନରେ ଆନ୍ଥ୍ରୋପୋଲୋଜି, ଭୂଗୋଳ, ହିନ୍ଦୀ ଏବଂ ଏମ୍‌ବିଏ ବିଷୟରେ ପରୀକ୍ଷା ହେବ। ଚଳିତବର୍ଷ ରାଜ୍ୟର ୧୦୬ଟି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ୨୭ ହଜାର ୩୮୩ଟି ସିଟ୍‌ ପାଇଁ ନାମଲେଖା ହେବ। ତେବେ ସାମ୍‌ସ ପୋର୍ଟାଲ ଅନୁସାରେ ଚଳିତବର୍ଷ ୫୩ ହଜାର ୬୪୧ ଜଣ ଆବେଦନ କରିଛନ୍ତି। ଏସ୍‌ଏସ୍‌ବି ଦ୍ୱାରା ପରୀକ୍ଷା ପରିଚାଳନା ହେବାକୁ ଥିବାବେଳେ ପରୀକ୍ଷାର୍ଥୀମାନେ ରଖିଥିବା ମାର୍କ ସମ୍ପର୍କିତ ତଥ୍ୟ ଜୁଲାଇ ୧୬ରେ ଓକାକ୍‌କୁ ପ୍ରଦାନ କରାଯିବ। ଅନ୍ୟପଟେ ପରୀକ୍ଷାର୍ଥୀମାନେ ଜୁଲାଇ ୮ରୁ ୧୫ ତାରିଖ ମଧ୍ୟରେ ସ୍ନାତକରେ ରଖିଥିବା ମାର୍କ ଅପଡେଟ୍‌ କରିବେ। ପରବର୍ତ୍ତୀ ସମୟରେ ନାମଲେଖା ତାରିଖ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri