ଓଡ଼ିଶାରେ ‘ଆଦିପୁରୁଷ’ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଉ

ପୁରୀ,୨୩ା୬(ଅଜିତ୍‌ ମହାନ୍ତି):‘ଆଦିପୁରୁଷ’ ଚଳଚ୍ଚିତ୍ରରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର, ମହାବୀର ହନୁମାନ ଏବଂ ରାବଣଙ୍କ ଚରିତ୍ରକୁ କଦର୍ଥ ଭାବେ ଚିତ୍ରଣ କରାଯାଇ ଅପମାନିତ କରାଯାଇଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣିଛି। ଏହି ଚଳଚ୍ଚିତ୍ରକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ଚଳଚ୍ଚିତ୍ରର ଲେଖକ ମନୋଜ ମୁନ୍ତାସିର୍‌ ଶୁକ୍ଳା ଓ ନିର୍ଦ୍ଦେଶକ ଓମ୍‌ ରାଉତଙ୍କୁ ଗିରଫ ଦାବିରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି।
ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ଆଦିପୁରୁଷ ଚଳଚ୍ଚିତ୍ରରେ ପ୍ରଭୁ ଶ୍ରୀରାମଚନ୍ଦ୍ର ଓ ଶ୍ରୀହନୁମାନଙ୍କ ଚରିତ୍ରକୁ କଦର୍ଥ କରି ଚିତ୍ରିତ କରାଯାଇଛି। ଏହା କୋଟି କୋଟି ସନାତନ ହିନ୍ଦୁଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଛି। କେବଳ ଟଙ୍କା ରୋଜଗାର ଉଦ୍ଦେଶ୍ୟରେ ଲେଖକ ଏବଂ ନିର୍ଦ୍ଦେଶକ ଏପରି ବିଧର୍ମୀ ସିନେମା ତିଆରି କରିଛନ୍ତି। ଏହା ପଛରେ ଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ସହ ଓଡ଼ିଶାରେ ଏହି ଚଳଚ୍ଚିତ୍ରକୁ ବ୍ୟାନ୍‌ ଘୋଷଣା କରାଯାଉ। ସିନେମାର ଲେଖକ ଓ ନିର୍ଦ୍ଦେଶକଙ୍କୁ ଧାରା ୨୯୫, ୨୯୫(ଏ), ୨୯୬, ୨୯୮, ୧୨୦ (ବି) ଏବଂ ୩୪ ଆଇପିସିରେ ତୁରନ୍ତ ଗିରଫ କରାଯିବାକୁ ପଟ୍ଟନାୟକ ଦାବି କରିଛନ୍ତି। ଯଦି ଅଭିଯୁକ୍ତଙ୍କୁ ଗିରଫ କରା ନ ଯାଏ ତେବେ ଆଗକୁ ଆନ୍ଦୋଳନ ଜୋରଦାର କରିବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବୁ ବୋଲି ପଟ୍ଟନାୟକ କହିଛନ୍ତି। ବିକ୍ଷୋଭ ବେଳେ ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକଙ୍କ ପୋଷ୍ଟରରେ କଳା ବୋଳି ଝାଡୁ ମାଡ଼ ସହ କୁଶ ପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri