Odisha Elections 2024

ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ

ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବା ସହ ବିଭିନ୍ନ ସ୍କୁଲର ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ସହ ସିଧାସଳଖ ଭାବବିନିମୟ କରିଥିଲେ। ଶିକ୍ଷଣ ପ୍ରକ୍ରିୟାକୁ ସମୟ ଉପଯୋଗୀ ତଥା ସହଜ, ସରଳ ଓ ସାବଲୀଳ କରିବା ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ଓ ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଏହି ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଏହାଦ୍ୱାରା ୫-ଟି ଦ୍ୱାରା ରୂପାନ୍ତରିତ ଜିଲାର ୫୮୧ ହାଇସ୍କୁଲ ସହିତ ୨୬ଟି ଆଦର୍ଶ ବିଦ୍ୟାଳୟକୁ ମିଶାଇ ମୋଟ ୧୭୫୫ଟି ସ୍ମାର୍ଟ କ୍ଲାସରୁମ ମାଧ୍ୟମରେ ୭୮ହଜାର ୯୫୫ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିପାରିବେ। ସେହିପରି ପ୍ରାଥମିକ ସ୍ତରରେ ଥିବା ଜିଲାର ୨୬ଟି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସହିତ ୧୪୧ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ୩୪୯ ବିଦ୍ୟାଳୟ ସଂଲଗ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଏହି ସେବା ସମ୍ପ୍ରସାରିତ କରାଯିବ। ଏଥିଲାଗି ରାଜ୍ୟ ସରକାର ୫୯୦ଟି ଟେଲିଭିଜନ ସେଟ୍‌ ଯୋଗାଇ ଦେଇଥିବା ସୂଚନା ମିଳିଛି।
ଏହି ଏଜୁକେଶନାଲ ଇ-ଷ୍ଟୁଡିଓ ଦ୍ୱାରା ବିଷୟଭିତ୍ତିିକ ଜ୍ଞାନ, ଅଭିଜ୍ଞତା ଓ ଦକ୍ଷତା ହାସଲ ନିମନ୍ତେ ସମ୍ବଳ ଶିକ୍ଷକଙ୍କ ଦ୍ୱାରା ଛାତ୍ରୀଛାତ୍ରମାନଙ୍କୁ ନେଇ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ କରାଯିବାର ଲକ୍ଷ୍ୟ ରଖାଯାଇଛି। ଜାତୀୟ ଶିକ୍ଷାନୀତି ଆଧାରରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ସୃଜନାମତ୍କ ଶୈଳୀରେ ପ୍ରସାରଣ କରାଯିବ। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ନିରବଚ୍ଛିନ୍ନ ଶିକ୍ଷାର ପ୍ରଚାର ଓ ପ୍ରସାର ଲାଗି ସହାୟ ହେବା ସହିତ ଏହା ଏକ ଯୁଗୋପଯୋଗୀ ପଦକ୍ଷେପ ବୋଲି ମନ୍ତ୍ରୀ ମାର୍ଣ୍ଡି କହିଛନ୍ତି। ଏହି ଷ୍ଟୁଡିଓର ସମସ୍ତ କାର୍ଯ୍ୟକ୍ରମ ସମଗ୍ର ଶିକ୍ଷା ମୟୂରଭଞ୍ଜ ନାମକ ୟୁଟ୍ୟୁବ ପୋର୍ଟାଲରେ ପ୍ରସାରଣ ହେବା ସହିତ ସବୁଦିନ ଲାଗି ରେକର୍ଡ ହୋଇରହିବ। ମୟୂରଭଞ୍ଜ ଜିଲା ପ୍ରଶାସନର ଏହି ଅଭିନବ ପଦକ୍ଷେପକୁ ନେଇ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ସାରା ରାଜ୍ୟରେ ଏଭଳି ଇ-ଷ୍ଟୁଡିଓ ପ୍ରସ୍ତୁତ କରିବା ସକାଶେ ପଦକ୍ଷେପ ନେବା ଲାଗି ସରକାରଙ୍କୁ ପ୍ରସ୍ତାବ ଦେବେ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଜିଲାପାଳ ବିନୀତ ଭରଦ୍ୱାଜ, ଅତିରିକ୍ତ ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୌଲତ ଚନ୍ଦ୍ରକାର, ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ ଅଧିକାରୀ ତଥା ଜିଲା ଶିକ୍ଷାଧିକାରୀ ନବ ଚରଣ ଗିରି ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଡିଏମ୍‌ଏଫ୍‌ ପାଣ୍ଠିରୁ ୭୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ଇ-ଷ୍ଟୁଡିଓ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri