ସାରା ଓଡ଼ିଶାରେ ପହଞ୍ଚିଲା ମୌସୁମୀ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ସମ୍ପୂର୍ଣ୍ଣ ଓଡ଼ିଶାରେ ପହଞ୍ଚତ୍ଛି। ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।
୨୬ ତାରିଖରେ ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୨୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଗୋପାଳପୁରରେ ୨୪.୮ ମିଲିମିଟର, ହୀରାକୁଦ ୪୪.୨, ତାଳଚେର ୧୨, ଭବାନୀପାଟଣା ୧୨, କୋରାପୁଟ ୪୨.୫, ଫୁଲବାଣୀ ୩୯.୨, ମାଲକାନଗିରି ୪୯.୪, ଦାରିଙ୍ଗବାଡ଼ି ୧୬, ଛତ୍ରପୁର ୫୦.୪, ବୌଦ୍ଧ ୨୧, ପାରଳାଖେମୁଣ୍ଡି ୧୮.୮, ରାୟଗଡ଼ା ୧୬.୨, ଭଦ୍ରକ ୨୮.୩ ଏବଂ ଢେଙ୍କାନାଳରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri