Posted inଜାତୀୟ

ପୁଣି ଭୁଶୁଡିଲା ଏକ ନିର୍ମାଣାଧୀନ ପୋଲ, ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ଉଠିଲା ପ୍ରଶ୍ନ…

ପାଟନା,୨୪।୬ : ବିହାରରେ ଭାଗଲପୁରର ଗଙ୍ଗା ନଦୀ ଉପରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ିବା ଘଟଣା ନେଇ ରାଜନିତି ଥଣ୍ଡା ହୋଇ ନ ଥିବାବେଳେ ପୁଣି ଥରେ ଏଭଳି ମାମଲା ସାମ୍ନାକୁ ଆସିଛି। କିଶନଗଞ୍ଜ ଜିଲାର ମୈଚି ନଦୀ ଉପରେ ଏକ ନିର୍ମାଣାଧୀନ ମୂଳଦୁଆ ଭୁଶୁଡି ଯାଇଛି। ଏହି ଘଟଣା ବିହାର ସରକାର କାର୍ଯ୍ୟଶୈଳୀ ଉପରେ ପୁଣି ଥରେ ଏକ ବଡ଼ ପ୍ରଶ୍ନ ଉଠାଇଛି। ଏହିପରି ମାମଲା କ୍ରମାଗତ ଭାବେ ଘଟିବାରେ ଲାଗିଛି। ପୋଲ ନିର୍ମାଣ ପୂର୍ବରୁ ଭୁଶୁଡି ପଡୁଛି। ଏହା ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ଦର୍ଶାଉଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି।

ଏନଏଚ ୩୨୭-ଇରେ କିଶନଗଞ୍ଜ ଜିଲାର ଠାକୁରଗଞ୍ଜ, ମୈଚି ନଦୀ ଉପରେ ଗୋରି ନିକଟରେ ନିର୍ମାଣ ହେଉଥିବା ବ୍ରିଜର ଗୋଟିଏ ପାଦ ଭୁଶୁଡି ପଡ଼ିଛି । ଏହି ପୋଲ ନିର୍ମାଣ କାର୍ଯ୍ୟ ବର୍ଷ ବର୍ଷ ଧରି ଜାହଜିଆ ପାଣ୍ଠି କମ୍ପାନୀ ଦ୍ୱାରା ଚାଲିଆସୁଛି। କୁହାଯାଉଛି ଏହି ଘଟଣା ସାମ୍ନାକୁ ଆସିବା ପରେ ଲୋକମାନେ ପୋଲର ଅବସ୍ଥା ଦେଖିବା ପାଇଁ ସେଠାରେ ପହଞ୍ଚିଥିଲେ। କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କମ୍ପାନୀର ନାମ ପଚାରିବା ଆରମ୍ଭ କରିଥିଲେ। ଏହାପରେ କାର୍ଯ୍ୟକରୁଥିବା ସମସ୍ତ ଶ୍ରମିକ କିଛି ଉତ୍ତର ନଦେଇ ପଳାୟନ କରିବାକୁ ଲାଗିଥିଲେ ଏନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri