ଧସିଥିବା ଆପ୍ରୋଚ୍‌ ରାସ୍ତାକୁ ବାଲି ପକାଇ ମରାମତି

ଧର୍ମଶାଳା,୨୬ା୬(ବଟକୃଷ୍ଣ ପରିଡ଼ା): ପାଣିକୋଇଲି ପୂର୍ତ୍ତ ବିଭାଗ ପକ୍ଷରୁ ଧର୍ମଶାଳା-କବାଟବନ୍ଧ ରାସ୍ତାର ଇମାମନଗର ଗ୍ରାମ ନିକଟରେ ଉଦ୍‌ଘାଟନ ହୋଇଥିବା ସେତୁର ଆପ୍ରୋଚ ରୋଡ୍‌ ଧସିପଡ଼ିଥିବା ନେଇ ରବିବାର ଗଣମାଧ୍ୟମରେ ଖବର ପ୍ରକାଶ ପରେ ତରବରିଆ ଭାବେ ଏହାର ମରାମତି କରାଯାଇଛି। ବିଭାଗ ପକ୍ଷରୁ ଠିକାଦାରଙ୍କ ସହାୟତାରେ ବାଲି ଭର୍ତ୍ତି କରାଯାଇ ଫାଟ ବନ୍ଦ କରି ଦିଆଯାଇଥିବା ଦେଖିବାକୁ ମିଳିଛି।
କୁଅଁାରିଆ ନାଳରେ ପୂର୍ତ୍ତ ବିଭାଗ ପକ୍ଷରୁ ୩ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ପୋଲ ସହ ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇଥିଲା। ମେ’ ୧୮ରେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ଏହାକୁ ଉଦ୍‌ଘାଟନ କରିଥିଲେ। ହେଲେ ଏବେ ମୌସୁମୀ ବର୍ଷା ଆରମ୍ଭ ହେବା ମାତ୍ରେ ସେହି ସଂଯୋଗୀକରଣ ପିଚୁ ରାସ୍ତାଟି ଧସିପଡ଼ି ବିରାଟ ଫାଟ ସୃଷ୍ଟି ହୋଇଥିଲା। ନିମ୍ନମାନର କାମ ଯୋଗୁ ସାମାନ୍ୟ ବର୍ଷାରେ ରାସ୍ତା ଏଭଳି ଧସିପଡ଼ିଥିଲା। ରାସ୍ତାରେ ଦୈନିକ ଆଖପାଖ ୧୫ଟି ପଞ୍ଚାୟତର ଲୋକେ ୪ ଓ ୨ ଚକିଆ ଯାନରେ ଯାତାୟାତ କରିଥାନ୍ତି। ତେବେ ରାସ୍ତା ଧସିପଡ଼ିବାରୁ ଏଥିରେ ଯାତାୟାତ କରିବାକୁ ଲୋକେ ଅସୁରକ୍ଷିତ ମଣୁଛନ୍ତି। ଉଦ୍‌ଘାଟନର ମାତ୍ର ୧ ମାସ ମଧ୍ୟରେ ରାସ୍ତାର ଅବସ୍ଥା ଏପରି ହୋଇପଡ଼ିଥିବାରୁ ସମ୍ପୃକ୍ତ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ନରେନ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି, ରାସ୍ତାର ସାଇଡ୍‌ ଅଂଶ ସାମାନ୍ୟ ଧସିପଡ଼ିଛି। ଧସିପଡ଼ିଥିବା ସ୍ଥାନରୁ ପିଚୁ କଢ଼ାଯାଇ କଂକ୍ରିଟ କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri