ବର୍ଷାରେ ଧୋଇଗଲା ରାସ୍ତାର ପିଚୁ

ଚନ୍ଦାହାଣ୍ଡି,୨୬।୬(ଦିଲ୍ଲୀପ ଦାସ): ଜନସାଧାରଣଙ୍କ ଗମନାଗମନ ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା ତିଆରି କରିଛନ୍ତି।
ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତାରେ ପକା ଯାଇଥିବା ପିଚୁ ବର୍ଷାରେ ଧୋଇ ଯାଇଛି। ନିର୍ମାଣାଧୀନ କଲଭର୍ଟ ଅସମ୍ପୂର୍ଣ ହୋଇ ପଡ଼ିଥିବା ଯୋଗୁ ବର୍ଷା ମାସରେ ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି। ଏହିଭଳି ଦେଖିବା କୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସାଲେବିଡିରୁ ବରିଗୁଡା ଆର୍‌ଡି ବିଭାଗ ନିର୍ମାଣଧୀନ ପ୍ରଧାନମନ୍ତ୍ରୀ ରାସ୍ତାରେ। ଠିକାଦାର ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ପହିଲି ବର୍ଷାରେ ପିଚୁ ଉଠିଛି ବୋଲି ଲୋକେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି।
ସୂଚନା ମୁତାବକ ଚନ୍ଦାହାଣ୍ଡି ସଦରକୁ ଅନକାବେଡା, ଘୁଙ୍ଗୁଟିପଡା, ନୂଆପଡା ଭାୟା ସାଲେବିଡି, ବାରୀଗୁଡା ଦେଇ ଯାତାୟତ କରିବା ପାଇଁ ୨୦୨୧/୨୨ ଆର୍ଥିକ ବର୍ଷରେ ୫୩୭.୭୩ ଲକ୍ଷ ଅଟକଳ ମୂଲ୍ୟର ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ମଞ୍ଜୁର ହୋଇଥିଲା। ଏହାର ନିର୍ମାଣ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା। ନିର୍ମାଣ ପାଇ ନୂଆପଡା ଜିଲାର ଏକ କମ୍ପନୀକୁ ଠିକା ଦାୟିତ୍ୱ ଦିଆଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ରାସ୍ତାରେ ଥିବା କଲଭର୍ଟ କାମ ଅସମ୍ପୂର୍ଣ ଥିବାରୁ ଲୋକେ ଯାତାୟତରେ ଅସୁବିଧା ଭୋଗୁଛନ୍ତି। ଏପଟେ ସାଲେବିଡିରୁ ଜୁନାପାଣି ରାସ୍ତା ପାଖରେ ପକା ଯାଇଥିବା ପିଚୁ ପ୍ରଥମ ବର୍ଷାରେ ଧୋଇଯାଇଛି। ଏଥିସହ ଏହାର ଦୁଇ ପାର୍ଶ୍ୱରେ ପକା ଯାଇଥିବା ମାଟି ଧସି ଆଁ କରିବାକୁ ବସିଲାଣି l ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଏଥିସହ ଏହାର ଉଚିତ ପଦକ୍ଷେପ ନେବାକୁ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ଅର୍ଜୁନ ମୁଦୁଲିଙ୍କୁ ପଚାରିବାରୁ ରଜପର୍ବ ସମୟରେ ରାସ୍ତାରେ ପିଚୁ ପକା ଯାଇଥିଲା। ଏହା ଜମିବା ପାଇଁ ମାସେ ସମୟ ନେଇଥାଏ। ଏହାପୂର୍ବରୁ ବର୍ଷା ହେବାରୁ ପିଚୁ ଉଠି ଯାଇଛ। ପିଚୁ ଉଠିଥିବା ରାସ୍ତାରେ ପୁନଃ ପିଚୁ ପକାଯିବ ବୋଲି ସେ କହିଛନ୍ତି। ଏ ଦିଗରେ ଜିଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ପଦକ୍ଷେପ ନେବା ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri