‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବନ୍ଦନା ସେଠୀ)/ପୁରୁଣା ଭୁବନେଶ୍ୱର,୨୯।୬(ସୁବାସ ପ୍ରଧାନ)ବେଦ, ମନ୍ତ୍ର ଓ ପୂଜାପାଠ ସହ ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ପରିବେଶ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ତଥା ଆକାଂକ୍ଷିତ ‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କରିଛନ୍ତି। ଏଥିସହ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ସମ୍ମୁଖରେ ୩ଦିନ ଧରି ଚାଲିଥିବା ଭୂମିପୂଜନ ଉତ୍ସବ ଶେଷ ହୋଇଛି। ଶୈବପୀଠ ସମେତ ଏକାମ୍ର କ୍ଷେତ୍ରର ବିକାଶ ପାଇଁ ୪ବର୍ଷର ପ୍ରକ୍ରିୟା ଖୁବ୍‌ଶୀଘ୍ର ପୂର୍ଣ୍ଣାଙ୍ଗ ରୂପ ନେବାକୁ ଯାଉଥିବାରୁ ସେବାୟତ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍‌ ଆନନ୍ଦ ପ୍ରକାଶ ପାଇଛି। ‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ ପାଇଁ ଶିବ ଆରାଧନା ସହ ସୋମବାରଠାରୁ ଯଜ୍ଞ କର୍ମ ଆରମ୍ଭ ହୋଇଥିଲା। ବୁଧବାର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥିରେ ସକାଳ ୬ଟା ୩୦ରୁ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶିଳା ପୂଜା, ଅଗ୍ନିପୂଜା ଓ ବନ୍ଦନା ପରେ ୯ଟା ୩୦ରେ ଶିଳା ବିଶୋଧନ, ଶିଳା ପ୍ରତିଷ୍ଠା, ଗର୍ଭ ସଂସ୍କାର ଓ ଶିଳାନ୍ୟାସ କର୍ମ କରାଯିବା ପରେ ଯଜ୍ଞ ପୂର୍ଣ୍ଣାହୁତି ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ଦିର ସମ୍ମୁଖରେ ପହଞ୍ଚତ୍ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ପରେ ଯଜ୍ଞସ୍ଥଳକୁ ଯାଇ ପୂର୍ଣ୍ଣାହୁତିରେ ସାମିଲ ହୋଇଥିଲେ। ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ ପୂର୍ବରୁ ୫-ଟି ସଚିବ ଭି.କେ ପାଣ୍ଡିଆନ ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ। ବ୍ରାହ୍ମଣ ନିଯୋଗ, ବଡ଼ୁ ନିଯୋଗ ଏବଂ ସମର୍ଥା ନିଯୋଗର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦାମୋଦର ବେଶର ଏକ ଫଟୋଚତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଏକାମ୍ର ପ୍ରକଳ୍ପ ନିମନ୍ତେ ଜମି ପ୍ରଦାନ କରିଥିବା ୧୪ଜଣ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ଭୁବନେଶ୍ବର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ, ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ଏକାମ୍ର ପ୍ରକଳ୍ପର ୩ଦିନିଆ ଭୂମିପୂଜନ ଉତ୍ସବରେ ପର୍ଯ୍ୟଟକ ଓ ଭକ୍ତମାନେ ଏକାମ୍ର କ୍ଷେତ୍ରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପରମ୍ପରା ସହ ଯୋଡି ହେବାର ସୁଯୋଗ ପାଇଥିଲେ। ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ, ମୁକ୍ତେଶ୍ୱର ମନ୍ଦିର, ବିନ୍ଦୁସାଗର ପୁଷ୍କରିଣୀ ଓ ଅନ୍ୟାନ୍ୟ ଛୋଟ ମନ୍ଦିରଗୁଡ଼ିକ ଆଲୋକମାଳାରେ ସୁସଜ୍ଜିତ ହୋଇ ଏକ ଅପୂର୍ବ ଆକର୍ଷଣୀୟ ପରିବେଶ ସୃଷ୍ଟି କରିଥିଲା। ପାରମ୍ପରିକ ଯଜ୍ଞ ରୀତିନୀତି ମାଧ୍ୟମରେ ଏକାମ୍ର କ୍ଷେତ୍ରର ପବିତ୍ରତା ଆହୁରି ବୃଦ୍ଧି ପାଇ ଏକ ଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା। ଧାର୍ମିକ ସମାରୋହ ବ୍ୟତୀତ ଉପସ୍ଥିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ଆକର୍ଷଣୀୟ ସ୍କାଏ ପ୍ରୋଜେକ୍‌ସନ୍‌, ଲାଇଟ୍‌ ଓ ସାଉଣ୍ଡ୍‌ ଶୋ, ଭଜନ ସମାରୋହ, ନୃତ୍ୟ ପ୍ରଦର୍ଶନ ସହ ପ୍ରକଳ୍ପର ମଡେଲ ଏବଂ ତଥ୍ୟ ସମ୍ବଳିତ ପ୍ରଦର୍ଶନୀ ଦେଖିଥିଲେ।

ଐତିହାସିକ ‘ଏକାମ୍ର ପ୍ରକଳ୍ପ’ ଯୋଜନା ୨୦୧୯ରେ ଆରମ୍ଭ କରାଯାଇଥିଲା। ବିଭିନ୍ନ ସ୍ମାରକୀ, ପବିତ୍ର ପୁଷ୍କରିଣୀ ଓ ଅନ୍ୟାନ୍ୟ ଜଳାଶୟର ପୁନରୁଦ୍ଧାର ସମେତ ଶ୍ରୀ ଲିଙ୍ଗରାଜଙ୍କ ଚତୁଃପାର୍ଶ୍ୱର ୮୦ ଏକର ଜମିରେ ଏହି ପ୍ରକଳ୍ପ ନିର୍ମାଣର ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ଏକାମ୍ର କ୍ଷେତ୍ରର ପ୍ରତ୍ନତତ୍ତ୍ବ ଏବଂ ପ୍ରତ୍ନତାତ୍ତ୍ବିକ ଐତିହ୍ୟର ପୁନରୁଦ୍ଧାର ପରି ପ୍ରମୁଖ କାର୍ଯ୍ୟକ୍ରମର ରୂପାୟନ କରାଯିବ। ଯାନବାହନ ଚଳାଚଳକୁ ସୁଗମ କରିବା ନିମନ୍ତେ ୧୨ରୁ ୧୮ ମିଟର ଚଉଡ଼ା ରାସ୍ତା, ପଥଚାରୀଙ୍କ ପାଇଁ ୪ରୁ ୧୦ ମିଟର ଚଉଡ଼ା ଚଲାପଥ ଏବଂ ପାର୍କିଂ ବ୍ୟବସ୍ଥା କରାଯିବ। ଏଥିସହ ଶ୍ରଦ୍ଧାଳୁଙ୍କ ନିମନ୍ତେ ଆନ୍ତଃସଂଯୋଗ କରୁଥିବା ମୁକ୍ତସ୍ଥାନ, ୩୦୦ ବର୍ଗମିଟରର ଦର୍ଶନ ସୁବିଧା, ଜରୁରିକାଳୀନ ସେବା ନିମନ୍ତେ ୧୬୦୦ ବର୍ଗମିଟରର ସୂଚନା ଓ ନିୟନ୍ତ୍ରଣ କେନ୍ଦ୍ର, ବିନ୍ଦୁସାଗର ଚତୁଃପାର୍ଶ୍ୱରେ ଉତ୍ସର୍ଗୀକୃତ ଚଲାପଥ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ନିମନ୍ତେ ଓଡ଼ିଶା ସେତୁ ନିର୍ମାଣ ନିଗମକୁ ଦାୟିତ୍ୱ ଦିଆଯାଇଛି ଏବଂ ଉନ୍ନୟନ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri