ରାସ୍ତା ଅବରୋଧ କରି ଗ୍ରାମବାସୀଙ୍କ ପ୍ରତିବାଦ

ବ୍ରହ୍ମବରଦା/ଯାଜପୁର ସଦର,୧ା୭(ଯଯାତି କେଶରୀ ବେହେରା/ସମର ବିଜୟ ଶରଣ): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଝାଲପଡ଼ା ପଞ୍ଚାୟତ ଝାଲପଡ଼ା ଗ୍ରାମରେ ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଶୁକ୍ରବାର ସକାଳେ ଝାଲପଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ବରୁଅଁା-ବାଲିଚନ୍ଦ୍ରପୁର ମୁଖ୍ୟରାସ୍ତାକୁ ଝାଲପଡ଼ା ଛକଠାରେ ଟାୟାର ଜାଳି ଅବରୋଧ କରି ପ୍ରତିବାଦ ଜଣାଇଛନ୍ତି। ଫଳରେ ୨ ଘଣ୍ଟା ଧରି ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମୋଟର ଅଟକି ରହିଥିଲା। ଖବର ପାଇ ବ୍ରହ୍ମବରଦା ପୋଲିସ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲା। ହେଲେ ଉପରିସ୍ଥ ଅଧିକାରୀ ଆସି ଘଟଣାର ସମାଧାନ ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ରାସ୍ତାରୁ ହଟିବେ ନାହିଁ ବୋଲି ଜିଦ୍‌ ଧରିଥିଲେ। ଫଳରେ ସେମାନଙ୍କୁ ବୁଝାଇବାକୁ ପୋଲିସକୁ ନାକେଦମ ହେବାକୁ ପଡ଼ିଥିଲା। ଶେଷରେ ପୋଲିସ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଲାପରେ ଆନ୍ଦୋଳନକାରୀ ରାସ୍ତା ଅବରୋଧରୁ ହଟିଯାଇଥିଲେ।
ଗ୍ରାମବାସୀ କହିଛନ୍ତି, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ମିଳୁଥିବା ରାଶନ ସାମଗ୍ରୀକୁ ଝାଲପଡ଼ା ଗ୍ରାମର ଡିଲର ପର୍ଶୁରାମ ମୁଦୁଲି ବଣ୍ଟନ କରୁଛନ୍ତି। ହେଲେ ୪ ମାସ ହେବ ସେ ୭୨୬ ହିତାଧିକାରୀଙ୍କୁ ସାମଗ୍ରୀ ନ ଦେଇ ହଡ଼ପ କରିଛନ୍ତି। ଏନେଇ ପ୍ରତିବାଦ କରୁଥିବା ଗ୍ରାମର କେତେଜଣ ମୁଷ୍ଟିମେୟ ଲୋକଙ୍କୁ ରାତିଅଧିଆ ଚାଉଳ ଦେଇ ସେମାନଙ୍କ ପାଟି ଚୁପ୍‌ କରି ଦେଉଛନ୍ତି। ହେଲେ ଗରିବ ଶ୍ରେଣୀର ଲୋକେ ଡିଲରଙ୍କ ନିକଟକୁ ଦୌଡ଼ି ଦୌଡ଼ି ନିରାଶ ହୋଇ ଫେରୁଛନ୍ତି। ଆଜି କାଲି କହି ସେ ସାମଗ୍ରୀ ଦେଉନାହାନ୍ତି। ପୂର୍ବରୁ ବ୍ଲକ୍‌ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବା ସହ ଡିଲରଙ୍କ ଘର ଆଗରେ ପ୍ରତିବାଦ କରାଯାଇଥିଲା। ହେଲେ କିଛି ସୁଫଳ ମିଳି ନ ଥିଲା। ଶେଷରେ ନିରୁପାୟ ହୋଇ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଅନ୍ୟପକ୍ଷରେ ସମ୍ପୃକ୍ତ ଡିଲର ହିତାଧିକାରୀଙ୍କଠାରୁ ଆଗୁଆ ଫିଙ୍ଗରପ୍ରିଣ୍ଟ ନେଉଥିଲେ ମଧ୍ୟ ସାମଗ୍ରୀ ଦେଉ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହାର ପ୍ରଚ୍ଛଦ ପଟରେ କୌଣସି ରାଜନେତାଙ୍କ ହାତ ରହିଥିବା ଚର୍ଚ୍ଚା ହେଉଛି। ସେହିପରି ଡିଲରଶିପ୍‌ ପର୍ଶୁରାମଙ୍କ ନଁାରେ ଥିବାବେଳେ ତାଙ୍କ ପୁଅ ସାମଗ୍ରୀ ବିତରଣ କରୁଥିବା ସୂଚନା ମିଳିଛି। ଏ ସମ୍ପର୍କରେ ପର୍ଶୁରାମଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ତାଙ୍କ ପୁଅ କହିଛନ୍ତି, ଗଁା ବହୁ ବଡ଼ ହେଉଥିବାରୁ ମୁଁ ଆଗୁଆ ଫିଙ୍ଗର ପ୍ରିଣ୍ଟ୍‌ ନେଇଯାଏ। ରାଶନ ସାମଗ୍ରୀ ଷ୍ଟକ୍‌ ନାହିିଁ। ଆସିଲେ ସମସ୍ତଙ୍କୁ ଦିଆଯିବ। ଏହାକୁ ଗ୍ରାମବାସୀ ସହଜରେ ଗ୍ରହଣ କରି ପାରିନାହାନ୍ତି। ସେମାନେ ରାଶନ ଘୋଟାଲାର ତଦନ୍ତ ଦାବି କରିଛନ୍ତି। ଦେଖିବାକୁ ଅପେକ୍ଷା ପ୍ରଶାସନ ଏ ଦିଗରେ କି ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri