ବ୍ଲକରେ ମହାଦୁର୍ନୀତି: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୨ା୭(ସ୍ମାରକ ମାଝି): ରବିବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅନ୍ତର୍ଗତ ପାକଟିଆ ପଞ୍ଚାୟତ ବ୍ଲକ କଂଗ୍ରେସ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କଂଗ୍ରେସ ସମ୍ପାଦକ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ବ୍ଲକର ୧୬ ପଞ୍ଚାୟତର ପୁରୁଖା କଂଗ୍ରେସ କର୍ମୀମାନେ ଏଥିରେ ଯୋଗ ଦେଇ ଶୁଳିଆପଦା ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କରାଯିବା ସହିତ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯିବ ବୋଲି ସୂଚନା ଦେଇଥିଲେ।

ବ୍ଲକରେ ମୃତ ହିତାଧିକାରୀଙ୍କ ନାମରେ ଉଠାଣ ହୋଇଥିବା ଭତ୍ତା ଟଙ୍କା,ଉନ୍ନୟନମୂଳକ କାର୍ଯ୍ୟରେ ଅନୁମୋଦିତ ବ୍ୟୟ ଅଟକଳ ମୂଲ୍ୟଠାରୁ ଅଧିକ କାର୍ଯ୍ୟ କରିଥିବା ଦର୍ଶାଇ ଟଙ୍କା ଉଠାଣ, କାର୍ଯ୍ୟ ନ କରି ଜବ୍‌କାର୍ଡ ମାଧ୍ୟମରେ ଲୁଟ୍‌ ହୋଇଥିବା ଟଙ୍କା, ନିମ୍ନମାନର କାର୍ଯ୍ୟ ହୋଇଥିବା, କାର୍ଯ୍ୟ ଆଦୌ ନ କରି ବିଲ ପୈଠ ହୋଇଥିବା ଇତ୍ୟାଦି ବାବଦରେ ତଦନ୍ତ ପାଇଁ ଗତ ମେ’ ୩୦ରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଥିଲା l କିନ୍ତୁ ଦୁଇ ମାସ ବିତି ଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ତଦନ୍ତ କରାଯାଇନାହିଁ କି ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇନାହିଁ କହିଛନ୍ତି ଶ୍ରୀ ମହାପାତ୍ର। ତେଣୁ ଚଳିତ ମାସ ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ଆଗରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଆନ୍ଦୋଳନ ତୀବ୍ରତର ହେବ ବୋଲି କହିଛି ବ୍ଲକ କଂଗ୍ରେସ କମିଟି। ଉକ୍ତ ବୈଠକରେ ବ୍ଲକର ବରିଷ୍ଠ କଂଗ୍ରେସ କର୍ମୀ ଧ୍ରୁବେନ୍ଦ୍ରନାଥ ସି,ଶୋଭାକର ମୁଖୀ,ମଣ୍ଟୁ କୁମାର ଦେଓ,ସରପଞ୍ଚ ସତ୍ୟବାନ ସି,ନିରଞ୍ଜନ ଦାସ,ସୁଜାତା ଦଳନାଏକ,ସବିତା ଧଳ,ଦୀପକ ସାଥୁଆ,ତ୍ରିନାଥ ନାଏକ,ସୁଶାନ୍ତ ଦେହୁରୀ,କବିର ଚନ୍ଦ୍ର ଗିରିଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri