ଘୂର୍ଣ୍ଣିଝଡ଼ରେ ଉଡ଼ିଗଲା ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ

କେନ୍ଦ୍ରାପଡ଼ା,୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜକନିକା ତହସିଲ ଅଞ୍ଚଳରେ ରବିବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ହୋଇଛି। ଏହି ଝଡ଼ ତହସିଲ ଅନ୍ତର୍ଗତ ପଙ୍କି ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ ଛପର ଉଡ଼ାଇ ନେଇଛି। ଏଥିସହ ବଡ଼ ଓ ଛୋଟ ଗଛ ଉପୁଡ଼ି ପଡ଼ିଛି। ଏ ସମ୍ପର୍କରେ ସ୍ଥାନୀୟ ଅଞ୍ଚଳର ବନମାଳୀ ସାହୁ କହିଛନ୍ତି, ଏହି ଝଡ଼ ଏକ ହାତୀଶୁଣ୍ଡ ଆକାରରେ ଗୋପାଳପୁର ଅଞ୍ଚଳରୁ ଆସିଥିଲା। ଏହାପୂର୍ବରୁ ପ୍ରବଳ ପବନ ବହିଥିଲା। ଝଡ଼ର ଆକାର ପ୍ରାୟ ୨୦୦ ମିଟର ଥିଲା। ପ୍ରବାହିତ ଅଞ୍ଚଳରେ ଗ୍ରାମର ଘରର ଚାଳ ଛପର ଉଡ଼ାଇ ନେଇଥିବା ବେଳେ ୩ଟି ଘରକୁ ସମ୍ପୂର୍ଣ୍ଣ ଉଜାଡ଼ି ଦେଇଛି। ତେବେ ସୌଭାଗ୍ୟବଶତଃ କୌଣସି ଜୀବନହାନି ହୋଇନାହିଁ। ଝଡ଼ ପ୍ରଭାବିତ ଏହି ଗ୍ରାମର ଅବସ୍ଥା ତଦନ୍ତ ସହ ସରକାରୀ ସହଯୋଗ ନିମନ୍ତେ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ କୌଣସି ରାଜସ୍ବ ଅଧିକାରୀ ଏହି ଗ୍ରାମରେ ପହଞ୍ଚତ୍ ନ ଥିବା ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri