ଖିଲାପି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇବାକୁ ମସୁଧା

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବଡଚଣା ବ୍ଲକ ବନ୍ଦାଲୋଠାରୁ ଏଣ୍ଡରପଦା ପୂର୍ତ୍ତ ବିଭାଗ ରାସ୍ତାର ଉନ୍ନତୀକରଣ ପ୍ରକଳ୍ପ ୫ ବର୍ଷ ହେଲା ଅଧାପନ୍ତରିଆ ହୋଇ ପଡ଼ିରହିଛି। ଏଥିଯୋଗୁ ସମ୍ପୃକ୍ତ ଅଞ୍ଚଳବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାରଭାଟିଆ ପୂର୍ତ୍ତ ଡିଭିଜନ ପକ୍ଷରୁ ନିୟୋଜିତ ସ୍ବତନ୍ତ୍ର ଶ୍ରେଣୀ ଠିକାଦାର ରାଜୀବ ଲୋଚନ ସାହୁଙ୍କୁ ଏକାଧିକ ଥର ଏନେଇ କାରଣ ଦର୍ଶାଅ ନୋଟିସ ହୋଇଥିଲେ ହେଁ କିଛି ଫରକ ପଡୁନାହିଁ। ଏହିକ୍ରମରେ ସମ୍ପୃକ୍ତ ଠିକାଦାର ଅର୍ଥ ହରିଲୁଟ କରି ଫେରାର ହୋଇଯାଇଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଉପରୋକ୍ତ ରାସ୍ତାର ଉନ୍ନତୀକରଣ ପାଇଁ ୨୦୧୮-୧୯ ବର୍ଷରେ ପ୍ରାୟ ୪ କୋଟି ଟଙ୍କା ଅଟକଳ କରାଯାଇ ଠିକାଦାରଙ୍କ ସହ ଚୁକ୍ତି ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି ରାସ୍ତା ନିର୍ମାଣ ହୋଇ ପାରିଲା ନାହିଁ। ତେଣୁ ଚାରଭାଟିଆ ପୂର୍ତ୍ତ ଡିଭିଜନ ପକ୍ଷରୁ ଠିକାଦାର ସାହୁଙ୍କୁ ଏକାଧିକ ନୋଟିସ ଜାରି କରାଯାଇଥିଲା। ଏହାପରେ ଠିକାଦାର ସାହୁ ୩୧ା୧୨ା୨୦୨୨ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ଲିଖିତ ଭାବେ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ୧୭ ଲକ୍ଷ ଟଙ୍କାର ଯେନତେନ ପ୍ରକାରେ କାର୍ଯ୍ୟ କରି ବିଲ୍‌ ଉଠାଇ ନେବା ପରେ ପୁଣି ଠିକାଦାର ଜଣକ ଅଧାପନ୍ତରିଆ ଛାଡ଼ି ଦେଇଛନ୍ତି। ଏହି ପ୍ରକଳ୍ପରେ ବଜେଟ ଅନୁଯାୟୀ ନିର୍ଦ୍ଧାରିତ ପରିମାଣର ନିର୍ମାଣ ସାମଗ୍ରୀ ବ୍ୟବହାର କରାଯାଇ ନ ଥିବାବେଳେ ସମ୍ପୃକ୍ତ ଯନ୍ତ୍ରୀ ଓ ଠିକାଦାର ବିପୁଳ ଅର୍ଥ ବାଟମାରଣା କରିଥିବା ଅଭିଯୋଗ ହୋଇଛି। ଏପରି କି ଯେଉଁ ଟିକକ କାମ ହୋଇଛି ତାହା ଏଷ୍ଟିମେଟ ଅନୁସାରେ ହୋଇ ନ ଥିବାରୁ ଖୁବ୍‌ କମ୍‌ ଦିନ ମଧ୍ୟରେ ଭାଙ୍ଗିଯିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଏନେଇ ଅଞ୍ଚଳବାସୀ ଏକ ଉଚ୍ଚସ୍ତରୀୟ ନିରପେକ୍ଷ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୂର୍ତ୍ତ ବିଭାଗର ଚାରଭାଟିଆ ନିର୍ବାହୀ ଯନ୍ତ୍ରୀଙ୍କ ନିକଟରେ ଦାବି କରିଥିବା ସୂଚନା ମିଳିଛି। ଏହାପରେ ନିର୍ବାହୀ ଯନ୍ତ୍ରୀ ସମ୍ପୃକ୍ତ ଠିକାଦାରଙ୍କୁ ଡାକି ଫାଇନାଲ ବିଲ୍‌ କରି ଦେଇ ନିଜର ଦାୟିତ୍ୱ କେବଳ ସମ୍ପାଦନ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି। ଏଭଳି ଭାବେ ଜଣେ ଖିଲାପି ଠିକାଦାର ଏବଂ ଯନ୍ତ୍ରୀଙ୍କୁ ଘଣ୍ଟ ଘୋଡାଇବାକୁ ଉଦ୍ୟମ କରାଯାଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri