Odisha Elections 2024

ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ବକୃତା ପ୍ରତିଯୋଗିତା

ଛତ୍ରପୁର,୪।୭(ସନ୍ତୋଷ ପାଢ଼ୀ ): ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ମଙ୍ଗଳବାର ଆୟୋଜନ କରାଯାଇଥିଲା। ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢୀ ବିଷୟ ଉପରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗୀତାରେ ବିଶବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାକୁ ବିଶବିଦ୍ୟାଳୟ ପିଜି କାଉନସିଲ ଚେୟାରମ୍ୟାନ ଡକ୍ଟର ଇଲା ରାଣୀ ପଟ୍ଟନାୟକ ଶୁଭାରମ୍ଭ କରିବା ସହ ଧରିତ୍ରୀର ପ୍ରଶଂସା କରିଥିଲେ । ଡେପୁଟି ନିୟୁଜ ଏଡିଟର ଲାଲା ସୁନୀଲ କୁମାର ରଥ ଏଥିରେ ଯୋଗଦେଇ ଧରିତ୍ରୀ ସମ୍ପର୍କରେ ସୂଚନା ଦେଇ ୫୦ ବର୍ଷ ପାଳନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ଉକ୍ତ ପ୍ରତିଯୋଗିତାରେ ପ୍ରଥମ ଭାବେ ଶ୍ରୀମନ୍ତ ବେହେରା, ଦ୍ୱିତୀୟ ଯୁଗ୍ମ ଭାବେ ସିଏଚ୍‌ ମାନଭି ଓ ଅନମୋଲ ଆଚାର୍ଯ୍ୟ, ତୃତୀୟ ଭାବେ ଶ୍ରୀତମ କୁମାର ଜେନାଙ୍କୁ ଚୟନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ଲମ୍ବୋଦର ପାଣିଗ୍ରାହୀ, ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଡକ୍ଟର ବିଦୂତ ପ୍ରଭା ସାହୁ ଯୋଗଦେଇଥିଲେ। ବ୍ରହ୍ମପୁର ସଂସ୍କରଣ ଡେସ୍କ ମୁଖ୍ୟ ସରୋଜ ପଟ୍ଟନାୟକ, ବରିଷ୍ଠ ଖବରଦାତା ନରସିଂହ ସାହୁ, ଖବରଦାତା ସ୍ମୃତି ରଞ୍ଜନ ମହାଲିକ, ଗଞ୍ଜାମ ଜିଲା ପ୍ରତିନିଧି ସନ୍ତୋଷ କୁମାର ପାଢ଼ୀ, ପ୍ରସାରଣ ବିଭାଗର ମ୍ୟାନେଜର ମଳୟ କୁମାର ସାହୁ, ଖବରଦାତା ସୁବାସ ପାଢ଼ୀ, ତନୁଶ୍ରୀ ନାହାକ, ଖବରଦାତା ବିଦ୍ୟାଧର ସାହୁ, ବ୍ରହ୍ମପୁର ଫଟୋଗ୍ରାଫର ସମୀର କୁମାର ରଥ ପ୍ରମୁଖ ଉପସ୍ଥିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri