ଶହେ ଦିନରେ ଏମ୍‌ସ ସାଟେଲାଇନ୍‌ ଓପିଡ଼ି

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟ ଆଇଟିଆର୍‌ କଲୋନୀରେ ଏମ୍‌୍‌ସ ସାଟେଲାଇଟ୍‌ ଓପିଡ଼ି ସେଣ୍ଟରର ଏକ ଶତ ଦିବସ ପୂର୍ତ୍ତି ଉପଲକ୍ଷେ ଏକ ସ୍ବାସ୍ଥ୍ୟ ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି। ଏମ୍‌ସ ନିର୍ଦ୍ଦେଶକ ଭୁବନେଶ୍ୱର ଡା. ଗୀତାଞ୍ଜଳି ବଟନାବନେ ଏବଂ ଆଇଟିଆର୍‌ର ନିର୍ଦ୍ଦେଶକ ବିନୟ କୁମାର ଦାସ ଏହାକୁ ଉଦ୍‌ଘାଟନ କରିଥିଲେ।
୨୦୧୭ ଜୁଲାଇ ୮ ତାରିଖରୁ ଭୁବନେଶ୍ୱର ଏମ୍‌ସ ସାଟେଲାଇଟ୍‌ ପକ୍ଷରୁ ଓପିଡି ଆରମ୍ଭ ହୋଇଥିଲା। ବିଭିନ୍ନ ବିଭାଗର ଡାକ୍ତରମାନେ ପ୍ରତ୍ୟେକ ଶନିବାର ଆସି ସର୍ଜରୀ, ମେଡ଼ିଶିନ୍‌, କାର୍ଡ଼ିଓଲୋଜି, ଏଣ୍ଡୋକ୍ରୋନୋଲୋଜି, ଅର୍ଥୋପେଡ଼ିକ୍‌ସ, ଡର୍ମାଟୋଲୋଜି, ଡେଣ୍ଟାଲ, ପେଡ଼ିଆଟ୍ରିକ୍‌ସ, ଅନକୋଲୋଜି, ନ୍ୟୁରୋଲୋଜି, ଅପ୍‌ଥାଲମୋଲୋଜି, ଜେନେରାଲ ମେଡ଼ିଶିନ୍‌, ଜେନେରାଲ ସର୍ଜରୀ ରୋଗର ଚିକିତ୍ସା କରିଥାନ୍ତି। ପ୍ରତ୍ୟେକ ସପ୍ତାହରେ ୯୦ରୁ ଅଧିକ ରୋଗୀ ଚିକିତ୍ସା କରିବା ସହ ଅଦ୍ୟାବଧି ୧୯ହଜାରରୁ ଅଧିକ ରୋଗୀଙ୍କୁ ଉତ୍ତରଓଡ଼ିଶାରୁ ଚିକିତ୍ସିତ କରାଯାଇଥିବା ଜଣାପଡ଼ିଛି। ଏହି ସଫଳତାକୁ ଆଜି ଏକ ଉତ୍ସବ ଭାବେ ପାଳନ କରାଯାଇଛି। ବହୁ ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଶତାଧିକ ରୋଗୀ ଚିକିତ୍ସିତ ହୋଇଥିବା ଜଣାପଡ଼ିଛି। ପିଏକ୍ସଇ ନିର୍ଦ୍ଦେଶକ ଡି.କେ. ଯୋଶୀ, ଡା. ଏମ୍‌.ସି. ସାହୁ, ନୀଳାଦ୍ରି ରାୟ, ସି.ଆର୍‌. ଓଝା, ଅନୁପ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri