ବିଦ୍ୟାଳରେ ତାଲା ପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୬ା୭(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ ବାଛୋଳ ପଞ୍ଚାୟତ ଦାଣ୍ଡିସାହି ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶିକ୍ଷକ ଅମର ଦାସଙ୍କ ବଦଳିକୁ ବିରୋଧ କରି ଗୁରୁବାର ଗ୍ରାମବାସୀ, ଅଭିଭାବକ ଓ ଛାତ୍ରୀଛାତ୍ର ବିଦ୍ୟାଳୟରେ ତାଲା ପକାଇବା ସହିତ ବଦଳି ବାତିଲ ଦାବି କରିଛନ୍ତି।
ଛାତ୍ରୀଛାତ୍ରଙ୍କ ଉପସ୍ଥାପନ କମ ଯୋଗୁ ୨ ବର୍ଷ ହେବ ଶିଅଳପଡ଼ା ପ୍ରାଥମିକ ବିଦ୍ୟାଳୟକୁ ଦାଣ୍ଡିସାହି ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ସହିତ ମିଶ୍ରଣ କରାଯାଇଛି। ଏହି ଆଧାରରେ ଶିଅଳପଡ଼ାର ୨ ଶିକ୍ଷକଙ୍କୁ ମଧ୍ୟ ଏହି ବିଦ୍ୟାଳୟରେ ନିଯୁକ୍ତ କରାଯାଇଥିଲା। ବର୍ତ୍ତମାନ ଦାଣ୍ଡିସାହି ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ୭୧ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ମୋଟ୍‌ ୪ ଶିକ୍ଷକ ଅଛନ୍ତି।

ପ୍ରତି ୩୦ଜଣ ଛାତ୍ରୀଛାତ୍ରରେ ଜଣେ ଶିକ୍ଷକ ନିଯୁକ୍ତ ରହିବା ନେଇ ସରକାରୀ ନିୟମ ରହିଛି। ମାତ୍ର ବିଞ୍ଝାରପୁର ବ୍ଲକରେ ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡିଛି। ଚଳିତ ବର୍ଷ ୩୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀଶିକ୍ଷକ ଅବସର ଗ୍ରହଣ କରିଥିବାରୁ ଏବେ ବ୍ଲକରେ ଶିକ୍ଷକ ଅଭାବ ଉତ୍କଟ ସସମ୍ୟା ହୋଇଛି। ଅନ୍ୟ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷକ ପଦବୀ ଦୀର୍ଘଦିନ ହେବ ଖାଲି ପଡ଼ିଥିବାରୁ ଏବେ ବିଭିନ୍ନ ବିଦ୍ୟାଳୟରୁ ଶିକ୍ଷକ ବଦଳି କରାଯାଇ ଯେଉଁ ବିଦ୍ୟାଳୟଗୁଡ଼ିକରେ ସମସ୍ୟା ରହିଛି ସେଥିରେ ଅବସ୍ଥାପିତ କରାଯାଉଛି।

ଏହି ଆଧାରରେ ଦାଣ୍ଡିସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦାସଙ୍କୁ ଓଳେଇ ଚନ୍ଦନପୁରକୁ ବଦଳି କରାଯାଇଛି। ସେ ମଧ୍ୟ ଓଳେଇ ଚନ୍ଦନପୁର ବିଦ୍ୟାଳୟରେ ଯୋଗଦେଇ ବିଭାଗକୁ ଅବଗତ କରିସାରିଛନ୍ତି। ହେଲେ ତାଙ୍କ ବଦଳି ବାତିଲ କରା ନ ଗଲେ ଅନିର୍ଦ୍ଦିଷ୍ଟ ସମୟ ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିବାକୁ ଅଭିଭାବକମାନେ ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ କେଉଁ ପରିସ୍ଥିତିରେ ବିଦ୍ୟାଳରେ ତାଲା ପକାଗଲା ସେ ନେଇ ଶିକ୍ଷା ବିଭାଗ ପକ୍ଷରୁ ବରିଷ୍ଠ ଅଧିକାରୀ ପ୍ରଧାନଶିକ୍ଷକଙ୍କ ଜରିଆରେ ତଦନ୍ତ କରିବେ ବୋଲି ବ୍ଲକ ଶିକ୍ଷା ଅଧିକାରୀ ସୁବାସ ଚନ୍ଦ୍ର ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri