ଅନୁଗୋଳ ଅଫିସ, ୪।୮-ଅନୁଗୋଳ ଥାନା ପଞ୍ଚମହଲା ନିକଟରେ ୨୦୧୭ ମାର୍ଚ୍ଚ ୩୧ରେ ଜଣେ ଛାତ୍ରୀଙ୍କୁ ଗଣ ବଳାତ୍କାର କରାଯାଇଥିବା ମାମଲାରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅନୁଗୋଳ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ବାଳ ଅପରାଧ ବିଚାରପତି ସୁରେଶ ଚନ୍ଦ୍ର ପ୍ରଧାନ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିବା ମାମଲା ପରିଚାଳନା କରିଥିବା ଅତିରିକ୍ତ ପିପି ତାପସ ରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ମୋଟ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଓ ୮ଟି ଦସ୍ତାବିଜ ଅନୁଧ୍ୟାନ କରି କୋର୍ଟ ଏପରି ରାୟ ଶୁଣାଇଥିବା ପିପି ପ୍ରକାଶ କରିଛନ୍ତି। ଏହି ମାମଲାରେ ମୋଟ୍ ୬ଜଣଙ୍କ ସମ୍ପୃକ୍ତି ଥିବା ବେଳେ ପୂର୍ବରୁ ୪ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇସାରିଛି। ତେବେ ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ରହିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୭ ମାର୍ଚ୍ଚ ୩୧ରେ ସମ୍ପୃକ୍ତା ଛାତ୍ରୀ ମାଉସୀ ପୁଅ ଭାଇ ସହ ଯାଉଥିବା ବେଳେ ୬ ଅଭିଯୁକ୍ତ ସେମାନଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଟଙ୍କା ମାଗିଥିଲେ। ପରେ ଅଭିଯୁକ୍ତମାନେ ଛାତ୍ରୀଙ୍କୁ ବଳାତ୍କାର କରିବା ସହିତ ମୋବାଇଲରେ ଭିଡିଓ ରେକର୍ର୍ଡିଂ କରିଥିଲେ। ୨୦ ହଜାର ଟଙ୍କା ନ ଦେଲେ ଇଣ୍ଟରନେଟ୍ରେ ଭିଡିଓ ଭାଇରାଲ କରିଦେବାକୁ ଧମକ ଦେଇ ଉଭୟଙ୍କୁ ଛାଡ଼ି ଦେଇଥିଲେ। ଘଟଣା ସମ୍ପର୍କରେ ଛାତ୍ରୀଙ୍କ ପରିବାର ପକ୍ଷରୁ ୨୦୧୭ ଏପ୍ରିଲ ୧ରେ ଅନୁଗୋଳ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ନଂ.୧୮୧/୨୦୧୭ରେ ମାମଲା ରୁଜୁ କରି ଅତି ଗୋପନର ସହ ତଦନ୍ତ ଚଳାଇ ସେହି ମାସ ୧୪ ତାରିଖରେ ଜଣେ ନାବାଳକଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ନାବାଳକଙ୍କୁ ବାଦ ଦେଇ ଅନ୍ୟ ୪ ଅଭିଯୁକ୍ତଙ୍କୁ ୨୦୧୮ ସେପ୍ଟେମ୍ବର ୨୫ରେ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ତେବେ ନିର୍ଭୟା ଘଟଣା ପରେ ପ୍ରତ୍ୟେକ କୋର୍ଟରେ ସିଆଇସିଏଲ୍ (ଚାଇଲ୍ଡ ଇନ୍ କନ୍ଫ୍ଲିକ୍ଟ ଉଇଥ ଲ) କୋର୍ଟ ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳ କୋର୍ଟରେ ଗଠନ ହୋଇଥିବା ଏହି କୋର୍ଟ ଅଭିଯୁକ୍ତ ନାବାଳକଙ୍କୁ ୨୦ ବର୍ଷ ଦଣ୍ଡାଦେଶ ଶୁଣାଇଛନ୍ତି। ଓଡ଼ିଶାରେ କୌଣସି ନାବାଳକଙ୍କୁ ଚିଲଡ୍ରେନ୍ କୋର୍ଟଙ୍କ ଏପରି ଦଣ୍ଡାଦେଶ ପ୍ରଥମ ବୋଲି ପିପି କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
କ୍ରୀଡ଼ା ମହୋତ୍ସବକୁ ଉଦ୍ଘାଟିତ କଲେ ଆସିକା ଏମ୍ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
Archives


