କାଲଗାରି, ୮ା୭ (ପି.ଟି.): ଭାରତର ଦୁଇ ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍ ଏଠାରେ ଚାଲିଥିବା କାନାଡା ଓପନ ସୁପର ୫୦୦ ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସିନ୍ଧୁ ବିପକ୍ଷ ଖେଳାଳି ଜାପାନ ନାତସୁକି ନିଦାଇରାଙ୍କଠାରୁ ଓ୍ବାକଓଭର ପାଇ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇପାରିଛନ୍ତି। ଅନ୍ୟପକ୍ଷରେ ସେନ୍ ବ୍ରାଜିଲର ଓ୍ବାଇଗୋର କୋଲ୍ହୋଙ୍କ ବିପକ୍ଷରେ ୨୧-୧୫, ୨୧-୧୧ରେ ବିଜୟ ହାସଲ କରିଛନ୍ତି। ସିନ୍ଧୁ ବର୍ତ୍ତମାନ ୨୦୨୨ ଇଣ୍ଡୋନେସିଆ ମାଷ୍ଟର୍ସ ଚାମ୍ପିୟନ ଗାଓ ଫାଙ୍ଗ୍ ଜିଙ୍କୁ ଭେଟିବେ। ଚଳିତବର୍ଷ ଏସିଆ ମିକ୍ସଡ ଟିମ୍ ଚାମ୍ପିୟନଶିପ୍ରେ ଚାଇନାର ବିଜୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ସେନ୍ ବର୍ତ୍ତମାନ ବେଲ୍ଜିୟମର ଜୁଲିଏନ୍ କାରାଗୁଙ୍କୁ ଭେଟିବେ। କିନ୍ତୁ କ୍ରିଷ୍ଣା ପ୍ରସାଦ ଗରଗା ଓ ବିଷ୍ଣୁବର୍ଦ୍ଧନ ଗୌଡ଼ ପଞ୍ଜାଲା ପ୍ରି-କ୍ୱାର୍ଟର ପର୍ଯ୍ୟାୟ ଅତିକ୍ରମ କରିପାରି ନାହାନ୍ତି। ସେମାନେ ଇଣ୍ଡୋନେସିଆର ମହମ୍ମଦ ଅହସାନ ଓ ହେଣ୍ଡ୍ରା ସେଟିଆଓ୍ବାନଙ୍କଠାରୁ ହାରିଛନ୍ତି।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ଅଚାନକ ଦିଲ୍ଲୀ ଟିମ୍ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
Archives


