Posted inପୁରୀ

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ ଖାଉଥିବାରୁ ଉଠାଦୋକାନୀ ଭୟଭୀତ ହୋଇପଡ଼ିିଛନ୍ତି। ସେମାନଙ୍କ ଜୀବିକା ପ୍ରତି ସଙ୍କଟ ସୃଷ୍ଟି ହୋଇଛି । ଶୁକ୍ରବାର କେତେଜଣ ଉଠାଦୋକାନୀଙ୍କ ପସରାକୁ ଜୁଆର ଭସାଇ ନେଇଥିବାବେଳେ ଶନିବାର ମଧ୍ୟ ଏହାର ପୁନରାବୃତ୍ତି ଘଟିଛି। ସକାଳ ପ୍ରାୟ ସାଢେ ୮ଟାରେ ସ୍ବର୍ଗଦ୍ୱାରଠୁ ଚୈତନ୍ୟ ଛକ ମଝିରେ ବସିଥିବା ଜଣେ ଉଠାଦୋକାନୀଙ୍କ ପସରାକୁ ଜୁଆର ଭସାଇ ନେଇଥିଲା। ଏହା ଦେଖି ଅନ୍ୟମାନେ ତାଙ୍କ ଉଠାଦୋକାନକୁ ରାସ୍ତା ପାର୍ଶ୍ୱକୁ ନେଇ ଆସିଥିଲେ। କିଛିଦିନ ଧରି ସମୁଦ୍ର ଏଭଳି କୂଳ ଲଂଘୁଥିବାରୁ ବେଳାଭୂମିରେ ବ୍ୟବସାୟ କରୁଥିବା ଉଠାଦୋକାନୀ ଚିନ୍ତାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ ସମୁଦ୍ରର ଏଭଳି ସ୍ଥିତି ଦେଖି ଅଗ୍ନିଶମ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ସତର୍କ କରି ଦିଆଯାଇଛି। ଚୈତନ୍ୟ ଛକରୁ ହୋଟେଲ କ୍ୟାମେଲିଆ ପର୍ଯ୍ୟନ୍ତ ବେଳାଭୂମିରେ ରେଡ୍‌ ଫ୍ଲାଗ ମରାଯାଇଛି ବୋଲି ଅଗ୍ନିଶମ କେନ୍ଦ୍ରାଧିକାରୀ ଧନଞ୍ଜୟ ମଲ୍ଲିକ କହିଛନ୍ତି। ସମୁଦ୍ରରେ ବଡ଼ ଜୁଆର ଆସୁଥିବାରୁ ସ୍ନାନ ନ କରିବା ଲାଗି ପର୍ଯ୍ୟଟକଙ୍କୁ ସତର୍କ କରାଯାଇଛି। ଅନ୍ୟପକ୍ଷରେ ସମୁଦ୍ର କୂଳ ଖାଇବା ଏକ ସ୍ବାଭାବିକ ଘଟଣା। ସମୁଦ୍ର ଅଶାନ୍ତ ରହିଲେ ବଡ଼ ଜୁଆର ହୁଏ, ଏହା କୂଳରେ ମାଡ଼ ହୋଇ ବାଲି ଖାଇଯାଏ ବୋଲି କେହି କେହି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri