ବଜ୍ରପାତରେ ୪ ମୃତ ୨ ଗୁରୁତର

ଭୁବନେଶ୍ୱର,୧୦।୭: ରାଜ୍ୟର ପୃଥକ ପୃଥକ ସ୍ଥାନରେ ସୋମବାର ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୋଟିଏ ଘଟଣା ଅନୁଗୋଳ ଜିଲାରେ ଘଟିଥିବା ବେଳେ ଅନ୍ୟଟି କୋରାପୁଟ ଜିଲାରେ ଘଟିଛି। ୪ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।
ଅନୁଗୋଳ ଜିଲାରେ ବଜ୍ରପାତରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ ମହିଳା ଦ୍ୱୟ ହେଉଛନ୍ତି ସୁଷମା ବେହେରା ଓ ପେନି ବେହେରା। ଆହତ ଦ୍ୱୟ ହେଉଛନ୍ତି ଅଜୟ ବେହେରା ଓ କୁଆଁରୀ ବେହେରା। ଏମାନେ ସମସ୍ତେ ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗାଁର। ସେମାନେ ଶୁଖିଲା କାଠ ସଂଗ୍ରହ କରି ଫେରୁଥିବା ବେଳେ ଗାଁ ପାଖ ଆସପଣ୍ଡ ପାଖରେ ବଜ୍ରପାତ ହୋଇଥିଲା। ଫଳରେ ସୁଷମା ଓ ପେନିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ଆହତ ଅଜୟ ଓ କୁଆଁରୀଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେହିପରି କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଅଞ୍ଚଳା ଗାଁରେ ବଜ୍ରପାତରେ ଜଣେ ମହିଳା ଓ ତାଙ୍କ ପୁଅଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉକ୍ତ ଗାଁର ଲିଙ୍ଗରାଜ ହାଲବାଙ୍କ ପତ୍ନୀ ଦୁରୁବତୀ ହାଲବା ଓ ପୁଅ ଦୀପକ ହାଲବା। ସେମାନେ ଜମିରେ କାମ କରୁଥିଲେ। ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବାରୁ ଦୁରୁବତୀଙ୍କ ସ୍ବାମୀ ଲିଙ୍ଗରାଜ ହାଲବା ଜମିରୁ ଯାଇ ଏକ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିଲେ। ଦୁରୁବତୀ ଓ ଦୀପକ ସେଠାକୁ ଗଲା ବେଳେ ବଜ୍ରପାତରେ ସେମାନଙ୍କ ଜୀବନ ଚାଲି ଯାଇଥିଲା। ସେମାନଙ୍କୁ ବୋରିଗୁମ୍ମା ଡାକ୍ତରଖାନାକୁ ଅଣାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri