ଭୁବନେଶ୍ୱର,୧୧।୭: ଦେଶର କୃଷକ ଓ କୃଷି କ୍ଷେତ୍ରକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେବା ସହିତ କୃଷକ ଉତ୍ପାଦକ ସଂଗଠନ(ଏଫ୍ପିଓ)ଗୁଡ଼ିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍ ସୋସାଇଟି (ପିଏସିଏସ)ଗୁଡିକୁ ମଜଭୁତ କରିବାକୁ ଗୁରୁତ୍ୱାରୋପ କରୁଛନ୍ତି। ୨୦୨୩ ଜୁଲାଇ ୧୪ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ନୂଆଦିଲ୍ଲୀଠାରେ ଆୟୋଜିତ ହେବାକୁ ଥିବା ଏକ ଦିନିକିଆ ମେଗା କନ୍କ୍ଲେଭକୁ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହା ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଉକ୍ତ କନ୍କ୍ଲେଭରେ କୃଷକ ଉତ୍ପାଦକ ସଂଗଠନଗୁଡିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍ ସୋସାଇଟିଗୁଡିକୁ ମଜଭୁତ କରିବାର ବିଭିନ୍ନ ଦିଗ ଓ ଉପାୟ ଉପରେ ବିସ୍ତୃତ ଆଲୋଚନା ହେବ ବୋଲି ଜଣାପଡିଛି। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସାକାର ସେ ସମୃଦ୍ଧି ଏବଂ ଅମିତ ଶାହାଙ୍କ ଉଦ୍ୟମକୁ କାର୍ଯ୍ୟକାରୀ କରିବା ପାଇଁ ନିକଟରେ ସମବାୟ କ୍ଷେତ୍ରର ୧୧୦୦ ନୂତନ ଏଫପିଓ ସଂଗଠନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଶେଷ କରି ଏଫପିଓ ଯୋଜନା ଅଧୀନରେ ପ୍ରତ୍ୟେକ ଏଫପିଓଏସକୁ ୩୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଏବଂ ପ୍ରୋତ୍ସାହନ ତଥା ପରିଚାଳନା ପାଇଁ କ୍ଲଷ୍ଟର ଆଧାରିତ ବ୍ୟବସାୟ ସଂଗଠନ(ସିବିବିଓ)ଗୁଡିକୁ ୨୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ମଧ୍ୟ ଯୋଗାଇ ଦିଆଯିବ। ଚାଷକୁ ସ୍ଥାୟୀ କରିବା ଏବଂ ଜୀବିକା ନିର୍ବାହ ତଥା କୃଷି ଉପରେ ନିର୍ଭରଶୀଳ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ଏଫପିଓଏସଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଫପିଓଏସ କ୍ଷୁଦ୍ର ଏବଂ କ୍ଷୁଦ୍ର କୃଷକ ଉତ୍ପାଦକମାନଙ୍କୁ ଉନ୍ନତ ମୂଲ୍ୟରେ ବଜାରର ପ୍ରବେଶ, ପରିବହନ ମୂଲ୍ୟ ହ୍ରାସ କରିବା ଏବଂ ସାମଗ୍ରିକ ଉତ୍ପାଦନ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ ।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


