ଓ୍ବାଶିଂଟନ୍, ୧୨ା୭(ପି.ଟି.): ଦୁଇ ଥର ଅଲିମ୍ପକ୍ସ ପଦକ ବିଜୟିନୀ ଦକ୍ଷିଣ ଆଫ୍ରିକାର କାଷ୍ଟର ସିମେନ୍ୟା ହାଇ ଟେଷ୍ଟୋଷ୍ଟେରନ ମାମଲାରେ ମାନବାଧିକାର କୋର୍ଟରେ ବିଜୟୀ ହୋଇଛନ୍ତି। ଏହା ସହିତ ବିଶ୍ୱ ଆଥଲେଟିକ୍ସରେ ରହିଥିବା ଟେଷ୍ଟୋଷ୍ଟେରନ ନିୟମ ବଦଳିବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଏହି ମାମଲାଟି ସେମେନ୍ୟା ସ୍ବିଜରଲାଣ୍ଡ ସରକାରଙ୍କ ବିପକ୍ଷରେ ଲଢିଥିଲେ। ତେବେ ବିଶ୍ୱ ଆଥଲେଟିକ୍ସ ଏହି ରାୟକୁ ଗ୍ରହଣ କରିବା ପାଇଁ ବାଧ୍ୟ ଅଟେ। ଜନ୍ମରୁ ସିମେନ୍ୟା ମହିଳା ଅଟନ୍ତି। ତେବେ ଟ୍ରାକ୍ ଆଣ୍ଡ ଫିଲ୍ଡରେ ୨୦୧୯ରେ ନୂତନ ନିୟମ ଲାଗୁ ହେବା ପରେ ସିମେନ୍ୟାଙ୍କ ଅଂଶଗ୍ରହଣ ଉପରେ ଆଶଙ୍କା ଦେଖା ଦେଇଥିଲା। ହରମୋନ୍ ନିୟନ୍ତ୍ରଣ ପାଇଁ ସପ୍ରେସର ବ୍ୟବହାର କରିବାକୁ ସିମେନ୍ୟା ମନା କରିବା ସହିତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାକୁ କୋର୍ଟ ଖାରଜ କରି ଦେଇଥିଲେ। ୨୦୨୦ରେ ଦ୍ୱିତୀୟ ଥର ସ୍ବିଜରଲ୍ୟାଣ୍ଡ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ସିମେନ୍ୟା। ସେତେବେଳେ ଏହି ଆବେଦନକୁ ଖାରଜ କରି ଦିଆଯାଇଥିଲା। ଏହାପରେ ଷ୍ଟ୍ରାସବର୍ଗରେ ଥିବା ମାନବାଧିକାର କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସେମେନ୍ୟା। ୭ ଜଣିଆ ଖଣ୍ଡପୀଠ ମାମଲାର ବିଚାର କରିଥିବା ବେଳେ ସେମେନ୍ୟାଙ୍କ ସପକ୍ଷରେ ୪-୩ରେ ରାୟ ଆସିଥିଲା। ୮୦୦ ମିଟର ଦୌଡରେ ସିମେନ୍ୟା ୨୦୧୨ ଓ ୨୦୧୬ରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ୨୦୨୧ ଟୋକିଓ ଅଲିମ୍ପିକ୍ସରେ ସେ ଅଂଶଗ୍ରହଣ କରି ନ ଥିଲେ।
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍ ପୂର୍ବରୁ ହଠାତ୍ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ
ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


