ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ। କଣିହଁାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ସେତୁକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଅନୁଗୋଳ ଜିଲାରେ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ତାଳଚେରଠାରେ ନିର୍ମିତ ମେଡିକାଲ କଲେଜ ହସ୍ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସଠାରୁ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଅନୁଗୋଳ ଜିଲାର ବନ୍ତଳାଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନି ମଧ୍ୟ ହେଉଛି। ଲୋକଙ୍କଠାରୁ ଏହି ସମସ୍ୟା ଶୁଣିବା ପରେ ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଜିଲା ଡିଏଫ୍‌ଓଙ୍କ ଦ୍ବାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ। ସୂଚନାଯୋଗ୍ୟ, ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କ ଅନୁଗୋଳ ଗସ୍ତ ସମୟରେ ବନ୍ତଳାଠାରେ ହାତୀ ଆକ୍ରମଣ ସମ୍ପର୍କରେ ଲୋକଙ୍କଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଜିଲାରେ ସଡ଼କ ଯୋଗାଯୋଗର ବିକାଶ ପାଇଁ ଓଏମ୍‌ବିଡିଏଡିସି ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ। ପାଲଲହଡା ଏକ ଆଦିବାସୀ ଅଧ୍ୟୁଷିତ, ଅନୁନ୍ନତ ଅଞ୍ଚଳ ହୋଇଥିବାରୁ ସେଠାରେ ୨ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ପାଲଲହଡା ଫଳ ବଗିଚାଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ ୨୧.୮୫ କୋଟି ଏବଂ ସିବାଦାଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତୀକରଣ ପାଇଁ ୪୨.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ କଣିହାଁ ବ୍ଲକ ଧଳଗଡିଆ ସିଆରିଆ ରାସ୍ତାରେ ମହୁଲି ପୋଷି ପର୍ଯ୍ୟନ୍ତ ୧୦ କିଲୋମିଟର ରାସ୍ତାର ଉନ୍ନତୀକରଣ ପାଇଁ ୧୨.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ ପାଲଲହଡାରେ ୩ଟି ଗୁରୁତ୍ତ୍ୱପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଛି। ୫-ଟି ସଚିବଙ୍କ ବନ୍ତଳା ଅଞ୍ଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସମ୍ପର୍କରେ ଜନସାଧାରଣ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି। ଏଥିସହିତ ସାତକୋଶିଆ ଇକୋ ଟୁରିଜମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ। ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲାର କୁଡାଗାଁ ଓ ଟିକରପଡାଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପ୍ରତ୍ୟେକ ବନ୍ୟା ଆଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri