ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍‌ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍‌ସିଆଇ ଛକରେ ୫୦ରୁ ଅଧିକ ଦୋକାନ ଓ ଏକ ବସ୍‌ଷ୍ଟାଣ୍ଡ ରହିଛି। କୁଲାଡ଼, ଗିରଙ୍ଗ, ବଳରାମପ୍ରସାଦ, ଗାଢ଼ରଖାଇ, ନାଲ୍‌କୋ କଲୋନୀ ଆଦି ଅଞ୍ଚଳର ଲୋକେ ଏହି ବଜାର ଓ ବସ୍‌ଷ୍ଟାଣ୍ଡ ଉପରେ ନିର୍ଭର କରନ୍ତି। ଦୈନିକ ବହୁ ସଂଖ୍ୟକ ଯାତ୍ରୀ ଏଠାରୁ ଜିଲା ଓ ଜିଲା ବାହାର ବିଭିନ୍ନ ସ୍ଥାନକୁ ବସ୍‌ରେ ଯାଇଥାନ୍ତି। ଏହାକୁ ନଜରରେ ରଖି ୫ ବର୍ଷ ତଳେ ନାଲ୍‌କୋ ପକ୍ଷରୁ ଏଠାରେ ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଥିଲା। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ଏହି ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ଥଣ୍ଡା ପାଣି ଟୋପେ ଲୋକଙ୍କୁ ମିଳିପାରୁ ନାହିଁ। ନାଲ୍‌କୋ ପକ୍ଷରୁ ଏହାର ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ କୁଲାଡ଼ ସରପଞ୍ଚ ଉଷାରାଣୀ ସ୍ବାଇଁ କହିଛନ୍ତି, ଅଚଳ ପଡ଼ିଥିବା ପ୍ରକଳ୍ପ ବିଷୟରେ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ଏଯାଏ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଯୁବ ନେତା ପ୍ରଶାନ୍ତ ପାତ୍ର କହିଛନ୍ତି, ଅନେକ ଦିନ ହେଲା ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ ପଡ଼ିଥିବାରୁ ବଜାରବାସୀ ହଇରାଣ ହେଉଛନ୍ତି। ନାଲ୍‌କୋ କର୍ତ୍ତୃପକ୍ଷ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri